ଆଉ ଦୁଇ ଦିନରେ ପୁରା ଓଡିଶା ଛୁଇଁବ ମୌସୁମୀ !

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌-ମୌସୁମୀ ବର୍ଷା ଜାରି ରହିଛି । ଆସନ୍ତା ୨ ଦିନରେ ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌-ମୌସୁମୀ ବର୍ଷା ଜାରି ରହିଛି। ଆସନ୍ତା ୨ ଦିନରେ ରାଜ୍ୟର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୂଚନାଥାଉ କି, ଶେଷ ରଜ ଅର୍ଥାତ୍ ଗତ ୧୬ ତାରିଖରେ ପ୍ରଥମେ ଦକ୍ଷିଣ ଓଡ଼ିଶା ଛୁଇଁଥିଲା ମୌସୁମୀ ।

Monsoon

ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼ ଓ ଖୋର୍ଧା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ୨୦ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିଭଳି ୨୧ ତାରିଖ ଦିନ ଉପକୂଳର ଅଧିକାଂଶ ଜିଲ୍ଲା ଯଥା, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ରହିଛି। ବର୍ଷା ଯୋଗୁଁ ରାଜ୍ୟରେ ପାଗ ଥଣ୍ଡା ରହିବ। ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳର ଦିନର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+