ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ବୈଠକ: ପେନସନ, ପଦୋନ୍ନତି ଓ ବିଭାଗୀୟ ଶୃଙ୍ଖଳାଗତ ପ୍ରକ୍ରିୟା ଉପରେ ଗୁରୁତ୍ୱ

ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପ ଗୂଡିକ ତ୍ବରାନ୍ବିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ସହ ଠିକ ସମୟରେ ପେନସନ୍ ପ୍ରଦାନ, ପ୍ରମୋସନ୍ ଓ ବିଭାଗୀୟ ଶୃଙ୍ଖଳାଗତ ପ୍ରକ୍ରିୟା ଉପରେ ପ୍ରାଥମିକତା ଦେବା ପାଇଁ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ନିର୍ଦ୍ଦେଶ ଦେଇଛନ୍ତି ।

ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ ଉନ୍ନୟନ ବିଭାଗ ଓସ୍ବାନ ହଲରେ ବିଭାଗର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବିଭାଗୀୟ ପ୍ରମୁଖ ଶାସନ ସଚିବ ସିଂହ ଏଥିରେ ଅଧ୍ୟକ୍ଷତା କରି କହିଲେ ଯେ ବିଭାଗୀୟ କର୍ମଚାରୀ ଓ ଅଧିକାରୀମାନଙ୍କ ପେନସନ, ପଦୋନ୍ନତି ଓ ବିଭାଗୀୟ ଶୃଙ୍ଖଳାଗତ ପ୍ରକ୍ରିୟା ଉପରେ ବିଭାଗ ବିଶେଷ ଭାବେ ଧ୍ୟାନ ଦେଉଛି । ଏହି ସୁବିଧା ସୁଯୋଗରୁ ଯେପରି କେହି ଅବହେଳିତ ବା ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଅଧିକାରୀମାନେ ଯତ୍ନବାନ ହେବା ଆବଶ୍ୱକ।

 rural development department

ଜଣେ ଅବସର ନେବାର ୬ ମାସ ପୁର୍ବରୁ ତାଙ୍କର ପେନସନ ସମ୍ବନ୍ଧିୟ କାଗଜ ପତ୍ର ବିଭାଗରେ ପହଞ୍ଚିବା ଆବଶ୍ୟକ। ସେହିପରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ବିଭାଗ ସମ୍ବନ୍ଧିୟ ସମସ୍ତ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ଦିଗରେ ବିଭାଗ ଧ୍ୟାନ ଦେବା ଜରୁରୀ ବୋଲି ସେ ପ୍ରକାଶ କରିଥିଲେ ।

ମୋ ସରକାର ଅଧିନରେ ଡିଭିଜନ ଓ ସର୍କଲ ର ତଥ୍ୟ ଲିପିବଦ୍ଧ ହେବା ଜରୁରୀ । ଗ୍ରାମ୍ଯ ଉନ୍ନୟନ ବିଭାଗର ବିଭିନ୍ନ ପ୍ରକଳ୍ପ ଗୁଡିକର ସମୀକ୍ଷା ଅବସରରେ ସିଂହ ଚହିଲେ ଯେ ସଡକ, ସେତୁ ଓ ଗୃହ ନିର୍ମାଣ କ୍ଷେତ୍ରରେ ବିଭାଗ ସମସ୍ତ ସର୍କଲ ମାନଙ୍କୁ ପର୍ଯ୍ଯାପ୍ତ ପାଣ୍ଠି ହସ୍ତାନ୍ତର କରିଛି । ଏଣୁ ସମସ୍ତ ନିର୍ମାଣ କାମ ତ୍ବରାନ୍ବିତ ପ୍ରକ୍ରିୟାରେ ଏବଂ ଧାର୍ଯ୍ୟ ସମୟରେ ସମ୍ପୁର୍ଣ୍ଣ ହେବା ବିଭାଗର ଗୁରୁ ଦାୟିତ୍ବ । ଏ ଦିଗରେ ବିଭାଗର ସମସ୍ତ ଯନ୍ତ୍ରୀମାନେ ଯତ୍ନବାନ ହେବା ଆବଶ୍ଯକ ।

ସେହିପରି ଆର.ଆଇ.ଡି.ଏଫ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପ ଗୁଡିକ ଧାର୍ଯ୍ୟ ସମୟରେ ସାରିବା ସହ ଚଳିତ ନଭେମ୍ବର ୧୫ ତାରିଖ ସୁଧା ପିସିଆର ପ୍ରଦାନ କରିବାକୁ ଶ୍ରୀ ସିଂହ ନିର୍ଦ୍ଦେଶ ଦେବା ସହ ରୋଡ ଏବଂ ବ୍ରିଜ ସେକ୍ଟରରେ ସ୍ଥଗିତ ରହିଥିବା ଡିପିଆର ଆସନ୍ତା ଏକ ସପ୍ତାହ ମଧ୍ୟରେ ଦାଖଲ କରିବାକୁ କହିଥିଲେ ।

ଅକ୍ଟୋବର ମାସ ସୁଧା ବିଭାଗୀୟ ବଜେଟର ୬୦ ପ୍ରତିଶତ ଡିଭିଜନ ମାନଙ୍କୁ ପ୍ରଦାନ କରା ଯାଇଥିବା ବେଳେ ଚଳିତ ମାସରେ ଏହା ୭୦ ପ୍ରତିଶତକୁ ବୃଦ୍ଧି କରା ଯାଇଛି । ବିଭାଗର ପ୍ରକଳ୍ପ ଜନିତ ବ୍ୟୟ ସେହି ଅନୁପାତରେ ହେବା ସହିତ ଆସନ୍ତା ନଭେମ୍ବର ଶେଷ ସୁଧା ସମସ୍ତ ଡିଭିଜନ ଅନ୍ୟୁନ ୭୦ ପ୍ରତିଶତ ଅନୁଦାନ ଖର୍ଚ୍ଚ କରିବା ସହ ସମସ୍ତ ଡିଭଜନ ସର୍ବନିମ୍ନ ୨୦ କୋଟି ଟଙ୍କା ଖର୍ଚ୍ଚ କରି ରିର୍ପୋଟ ପ୍ରଦାନ କରିବାକୁ ସିଂହ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏଥି ସହିତ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ବାକି ରହିଥିବା ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ କହିଥିଲେ । ସେହିପରି ବିଜୁସେତୁ ଯୋଜନା ଅଧିନରେ ବିଭିନ୍ନ ଜିଲ୍ଲାରେ ଚାଲୁ ରହିଥିବା ପ୍ରକଳ୍ପ ଗୂଡିକର ଅଗ୍ରଗତି ସମ୍ବନ୍ଧରେ ପଚାରି ବୁଝିବା ସହ ଆପ୍ରୋଚ ରୋଡ ଗୁଡିକୁ ଯଥା ସମୟରେ ସାରିବାକୁ ବୈଠକରେ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆ ଯାଇଥିଲା ।

୨୦୨୧-୨୨ ଆର୍ଥିକ ବର୍ଷ ପୂର୍ବରୁ ବାକି ରହିଥିବା ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ବନ୍ଧରେ ବୁଝିବା ସହ ୨୦୨୨-୨୩ ଓ ୨୦୨୩-୨୪ ଆର୍ଥିକ ବର୍ଷରେ ହାତକୁ ନିଆ ଯାଇଥିବା ସମସ୍ତ ପ୍ରକଳ୍ପ ଗୁଡିକର ବାକି ରହି ଯାଇଥିବା ଡିପିଆର ଫାଇନାଲ କରି ଟେଣ୍ଡର ପ୍ରକ୍ରିୟା ଶୀଘ୍ର ସାରିବାକୁ ସିଂହ ପରାମର୍ଶ ଦେଇଥିଲେ । ବିଜୁ ସେତୁ ଯୋଜନା ଅଧିନରେ ଥିବା ଅସମ୍ପୁର୍ଣ୍ଣ କାମକୁ ତ୍ବରାନ୍ବାତ ପ୍ରକ୍ରିୟାରେ ସାରିବାକୁ ବୈଠକରେ ଗୁରୁତ୍ବ ଦିଆ ଯାଇଥିଲା ।

ମୁଖ୍ୟମନ୍ତ୍ରୀ ସଡକ ଯୋଜନା ଅଧିନରେ ଚାଲୁ ରହିଥିବା ପ୍ରକଳ୍ପ ଗୁଡିକୁ ଅଗ୍ରାଧୀକାର ଭିତ୍ତିରେ ସାରିବା ସହିତ ୨୦୨୧-୨୨ ପୂର୍ବରୁ ଅସମ୍ପୁର୍ଣ୍ଣ ଥିବା ପ୍ରକଳ୍ପକୁ ଆସନ୍ତା ଡିସେମ୍ବର ସୁଧା ସମ୍ପୁର୍ଣ୍ଣ ହେବା ଜରୁରୀ ବୋଲି ସିଂହ କହିଥିଲେ । ଏଥି ସହିତ ୨୦୨୨-୨୩ ଏବଂ ୨୦୨୩-୨୪ ଆର୍ଥିକ ବର୍ଷରେ ଶତ ପ୍ରତିଶତ ପ୍ରଶାସନିକ ଅନୁମୋଦନ ସହ ସମସ୍ତ ପ୍ରକଳ୍ପ ପ୍ରକ୍ରିୟା ଚୁଡାନ୍ତ କରିବାକୁ କହିଥିଲେ ।

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା ଅଧିନରେ ସମ୍ପୂର୍ଣ୍ଣ ହୋଇଥିବା ରାସ୍ତା ଗୁଡିକର ରକ୍ଷଣାବେକ୍ଷଣ ନିମନ୍ତେ ସମ୍ପୃକ୍ତ ସଂସ୍ଥା ଗୂଡିକ ସହିତ ରାଜିନାମା ସ୍ବାକ୍ଷର କରି କାର୍ଯ୍ଯ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ । ଚାଲୁ ରହିଥିବା ସମସ୍ତ ପ୍ରକଳ୍ପ ସ୍ଥାନରେ ସ୍କିମ ବୋର୍ଡ ଏବଂ ପ୍ରୋଜେକ୍ଟ ବୋର୍ଡ ଲଗାଇବା ବାଧ୍ୟତାମୂଳକ ବୋଲି ସିଂହ ଅଧିକାରୀ ମାନଙ୍କୁ କହିଥିଲେ ।

ବୈଠକରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା, ମୁଖ୍ୟମନ୍ତ୍ରୀ ସଡକ ଯୋଜନା, କୋଠାବାଡି, ଗ୍ରାମ୍ଯ ଉନ୍ନୟନ ବିଭାଗର ସମସ୍ତ ଯୋଜନା ଏବଂ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣୀ ସମ୍ପର୍କରେ ଆଲୋଚନା କରା ଯାଇଥିଲା । ପ୍ରତ୍ଯେକ ସର୍କଲ ଓ ଡିଭିଜନର ସମସ୍ତ ଯନ୍ତ୍ରୀମାନଙ୍କୁ ଉପରୋକ୍ତ ସମସ୍ତ କାର୍ଯ୍ଯକ୍ରମର ଅଗ୍ରଗତି ଓ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ପଚାରି ବୁଝିଥିଲେ | ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଅରବିନ୍ଦ ଅଗ୍ରୱାଲ, ସ୍ବତନ୍ତ୍ର ଶାସନ ସଚିବ ସୁଦର୍ଶନ ପରିଡା, ଇ.ଆଇ.ସି ଅକ୍ଷୟ କୁମାର ପ୍ରଧାନ, ଇ.ଆଇ.ସି ଜୀବନାନନ୍ଦ ନାୟକଙ୍କ ସମେତ ବିଭାଗୀୟ ବରିଷ୍ଠ ପଦାଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+