Get Updates
Get notified of breaking news, exclusive insights, and must-see stories!

ପୌର ନିର୍ବାଚନ: ୨୪ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା, ବ୍ୟବହୃତ ହେବ ଇଭିଏମ୍‌

ପୌର ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ।

ଭୁବନେଶ୍ୱର: ପୌର ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ।

odisha municipal election

ଏଥର ପୌର ନିର୍ବାଚନ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ (ଇଭିଏମ୍‌)ରେ ହେବ। ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁଯାୟୀ, ଗୋଟିଏ ବୁଥ୍‌ରେ ୨ଟି ଇଭିଏମ୍ ରହିବ। ଗୋଟିଏ ଇଭିଏମ୍‌ରେ କାଉନସିଲର/କର୍ପୋରେଟରଙ୍କ ପାଇଁ ଭୋଟ୍ ପଡ଼ିବ। ସେହିପରି ଅନ୍ୟ ଇଭିଏମ୍‌ଟିରେ ପୌରାଧ୍ୟକ୍ଷ/ମେୟରଙ୍କ ପାଇଁ ଭୋଟ୍ ପଡ଼ିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଛି। ସୂଚନାଯୋଗ୍ୟ, ଏଥର ଭୋଟରମାନେ ସିଧାସଳଖ ମେୟର ଓ ପୌରାଧ୍ୟକ୍ଷ ବାଛିବେ। ଉଲ୍ଲେଖଥାଉ କି, ରାଜ୍ୟରେ ୧୧୦ ପୌରାଞ୍ଚଳରେ ହେବ ନିର୍ବାଚନ ।

ସେପଟେ ୨୪ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା । ଖରାଦିନେ ହୋଇପାରେ ପୌର ନିର୍ବାଚନ । ପିଇବା ପାଣି ବ୍ୟବସ୍ଥା କରିବାକୁ ପ୍ରସ୍ତାବ ଦେଇଛି ବିଜେଡି । ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ ଦିଆଯାଉଛି । ରାଜ୍ୟର ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ, ୪୮ଟି ପୌର ପରିଷଦ ଏବଂ ୩ଟି ମହାନଗର ନିଗମରେ ନିର୍ବାଚନ ହେବ । ଏହି ସବୁ ସହରାଞ୍ଚଳରେ ୱାର୍ଡୱାରି ଚିଠା ଭୋଟର ତାଲିକା ଆଜି ପ୍ରକାଶ ପାଇବ ।

ଚିଠା ଭୋଟର ତାଲିକା ପ୍ରକାଶ ପରେ ଫେବ୍ରିଆରୀ ୧୧ରୁ ୧୬ ପର୍ଯ୍ୟନ୍ତ ଆପତ୍ତି ଅଭିଯୋଗ କରିହେବ । ୧୮ ତାରିଖରେ ଅଭିଯୋଗ ଉପରେ ହେବ ଶୁଣାଣି । ୨୧ରେ ଜିଲ୍ଲାପାଳ ସ୍ତରରେ ହେବ ଶୁଣାଣି ପରେ ୨୪ରେ ପ୍ରକାଶ ପାଇବ ଚୂଡାନ୍ତ ଭୋଟର ତାଲିକା । ଫେବ୍ରୁଆରୀ ୨୮ରେ ଚୂଡ଼ାନ୍ତ ଭୋଟର ତାଲିକା ନିର୍ବାଚନ କମିଶନଙ୍କୁ ଦିଆଯିବ । ପୂର୍ବରୁ ସବୁ ସହରାଞ୍ଚଳରେ ୱାର୍ଡ ପୁନର୍ଗଠନ, ସଂରକ୍ଷଣ ସହ ମେୟର ଓ ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ଚୂଡ଼ାନ୍ତ ହୋଇଛି ।

ସେହିପରି ପୌର ନିର୍ବାଚନରେ ଏଥର ପ୍ରାର୍ଥୀଙ୍କୁ ସତ୍ୟପାଠ ଦାଖଲ କରିବାକୁ ପଡ଼ିବ। ଏହି ସତ୍ୟପାଠରେ ସେମାନେ ନିଜର ସଂପତ୍ତି ତାଲିକା ଦେବେ। ଏହାସହ ଶିକ୍ଷାଗତ ଯୋଗ୍ୟତାର ବିବରଣୀ ଦେବେ। ସେହିଭଳି ଯଦି ସେମାନଙ୍କ ନାଁରେ କୌଣସି ଅପରାଧ ମାମଲା ଥିବ, ତା'ର ମଧ୍ୟ ସୂଚନା ଦେବେ। ଯଦି କେହି ଭୁଲ୍‌ ତଥ୍ୟ ସତ୍ୟପାଠରେ ଉଲ୍ଲେଖ କରିଥିବେ, ତା'ହେଲେ ତାଙ୍କର ପ୍ରାର୍ଥିପତ୍ର ନାକଚ ହୋଇଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର ସମସ୍ତ ରାଜନୀତିକ ଦଳର ପ୍ରତିନିଧିମାନଙ୍କୁ ଅବଗତ କରାଇଛନ୍ତି।

ଏହା ସହିତ ପୌର ନିର୍ବାଚନ ଲଢ଼ିବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ସର୍ବାଧିକ ଖର୍ଚ୍ଚ ସୀମା ନିର୍ଦ୍ଧାରଣ କରାଯାଇଛି। ମହାନଗର ନିଗମର କର୍ପୋରେଟର ପ୍ରାର୍ଥୀ ସର୍ବାଧିକ ୨ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ସେହିପରି ମେୟର ପ୍ରାର୍ଥୀ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ୫୦ ହଜାର ଜନସଂଖ୍ୟା ବିଶିଷ୍ଟ ପୌର ପରିଷଦରେ କାଉନସିଲର ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ୫୦ ହଜାର ଟଙ୍କା ରହିଛି। କିନ୍ତୁ ଏଠାରେ ଚେୟାରମ୍ୟାନ ପ୍ରାର୍ଥୀଙ୍କ ସର୍ବାଧିକ ଖର୍ଚ୍ଚ ସୀମା ରହିଛି ୨ ଲକ୍ଷ ଟଙ୍କା। ସେହିପରି ୫୦ ହଜାରରୁ ଲକ୍ଷେ ଜନସଂଖ୍ୟା ବିଶିଷ୍ଟ ପୌର ପରିଷଦରେ କାଉନସିଲର ପ୍ରାର୍ଥୀ ସର୍ବାଧିକ ୭୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ଏଠାରେ ଚେୟାରମ୍ୟାନ ପ୍ରାର୍ଥୀ ସର୍ବାଧିକ ୩ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ୧ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ପୌର ପରିଷଦରେ କାଉନ୍‌ସିଲର ପ୍ରାର୍ଥୀ ସର୍ବାଧିକ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ। ସେହିଭଳି ଏଠାରେ ଚେୟାରମ୍ୟାନ୍ ପ୍ରାର୍ଥୀ ସର୍ବାଧିକ ୫ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ ବୋଲି ସର୍ବଦଳୀୟ ବୈଠକରେ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସବୁ ଦଳର ନେତାଙ୍କୁ ଅବଗତ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+