ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଲମ୍ବା ଡିଆଁ ମାରିଲାଣି ଦୈନିକ କରୋନା ସଂକ୍ରମଣ
ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୭ ଜଣ ଅଛନ୍ତି। କ୍ୱାରେଣ୍ଟାଇନରୁ ୨୪୯ ଜଣ ଓ ୧୭୫ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଛି ।
ଭୁବନେଶ୍ୱର: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଲମ୍ବା ଡିଆଁ ମାରିଲାଣି ଦୈନିକ କରୋନା ସଂକ୍ରମଣ । ଦୁଇ ମାସ ପରେ ଚାରି ଶହ ପାର୍ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୭ ଜଣ ଅଛନ୍ତି। କ୍ୱାରେଣ୍ଟାଇନରୁ ୨୪୯ ଜଣ ଓ ୧୭୫ଟି ସ୍ଥାନୀୟ ମାମଲା ଚିହ୍ନଟ ହୋଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୫, ସୁନ୍ଦରଗଡ଼ରୁ ୩୮ ଓ ଷ୍ଟେଟ୍ପୁଲ୍ରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଢେଙ୍କାନାଳରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୮, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୧୪, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, ପୁରୀରୁ ୧୪, ରାୟଗଡ଼ାରୁ ୪ ଓ ସମ୍ବଲପୁରରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଏକମାତ୍ର ଜିଲ୍ଲା ଭାବେ କନ୍ଧମାଳ କୋଭିଡ୍ ମୁକ୍ତ ରହିଛି ।
Covid-19 Report For 1st Jan
New Positive Cases: 424
Of which 0-18 years: 67
In quarantine: 249
Local contacts: 175(Details of local contacts will be shared by concerned District)
1. Balasore: 8
— I & PR Department, Odisha (@IPR_Odisha) January 2, 2022
2. Bargarh: 10
3. Balangir: 1
4. Boudh: 1
5. Cuttack: 45
6. Dhenkanal: 3
ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୫୫୬କୁ ବୃଦ୍ଧି ପାଇଛି । ଏବେ ୨୦୭୮ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୧୦ ଲକ୍ଷ ୪୪ ହଜାର ୯୬୨ ଜଣ କୋଭିଡରୁ ସୁସ୍ଥ ହୋଇଛନ୍ତି ।
ସେପଟେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୩କୁ ବୃଦ୍ଧି ପାଇଛି । ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।












Click it and Unblock the Notifications