ଓଡିଶାରେ ଆଜି ମଧ୍ୟରାତ୍ରିରୁ ପେଟ୍ରୋଲ ଓ ଡିଜେଲ ଉପରେ ନୂତନ ଦର ଲାଗୁ ହେବ

ଭୁବନେଶ୍ବର: ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଦର କମ୍ କରିବା ପରେ ରାଜ୍ୟ ସରକାର ମଧ୍ୟ ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି। ଏହି ନୂତନ ଦର ଆଜି ଅର୍ଥାତ 5 ନଭେମ୍ବର ମଧ୍ୟରାତ୍ରିରୁ ଲାଗୁ ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଇନ୍ଧନ ମୂଲ୍ୟ ବୃଦ୍ଧିରୁ ସାଧାରଣ ଜନତାଙ୍କୁ ଆଶ୍ବସ୍ତି ପ୍ରଦାନ କରିବା ପାଇଁ ଆଜି ପେଟ୍ରୋଲ ଏବଂ ଡିଜେଲ ଉପରେ ଭାଟ୍ ୩ ଟଙ୍କା ହ୍ରାସ କରାଯାଇଛି। ଏହା ନଭେମ୍ବର ୫ ତାରିଖ ମଧ୍ୟରାତ୍ରୀରୁ ଲାଗୁ ହେବ। ଏହି ଭାଟ୍ ହ୍ରାସ ଫଳରେ ରାଜ୍ୟ ସରକାର ପ୍ରାୟ ୨୦୦୦ କୋଟି ଟଙ୍କାର କ୍ଷତି ସହିବେ। ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରାଯିବା ସାରା ଦେଶରେ ସର୍ବନିମ୍ନ ତେଲ ଦର ଥିବା ରାଜ୍ୟଗୁଡ଼ିକ ମଧ୍ୟରେ ଓଡ଼ିଶା ଅନ୍ୟତମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପେଟ୍ରୋଲ

କେନ୍ଦ୍ର ସରକାର ଘୋଷଣା କରିଥିବା ଏକ୍ସାଇଜ୍ ଡ୍ୟୁଟି ହ୍ରାସ ପରେ ଏହି ଘୋଷଣା କରାଯାଇଛି। ଦୀପାବଳିର ଦିନକ ପୂର୍ବରୁ ଭାରତ ସରକାର ଲୋକମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଉତ୍ପାଦ ଶୁଳକ ପେଟ୍ରୋଲ ଉପରୁ ୫ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କା ହ୍ରାସ କରାଯାଇଛି। ଏହା ଫଳରେ ଦେଶରେ ତେଲଦର ଶସ୍ତା ହେବ। ଏହି ଦର ଗତ ମଧ୍ୟରାତ୍ରୀରୁ ଲାଗୁ ହୋଇଛି। ଏଣେ ବୁଧବାର ଦିନ କେନ୍ଦ୍ର ସରକାର ଲିଟର୍‌ପିଛା ପେଟ୍ରୋଲ୍‌ ଉପରୁ ୫ଟଙ୍କା ଏବଂ ଲିଟର୍‌ପିଛା ଡିଜେଲ୍‌ ଉପରୁ ୧୦ ଟଙ୍କା ଉତ୍ପାଦ ଶୁଳ୍କ ହ୍ରାସ କରିବା ପରେ 'ବିଜେପି' ଶାସିତ ୯ଟି ରାଜ୍ୟ-: ଆସାମ, ତ୍ରିପୁରା, ମଣିପୁର, କର୍ଣ୍ଣାଟକ, ଗୋଆ, ଉତ୍ତର ପ୍ରଦେଶ, ଗୁଜରାଟ, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡ ଉକ୍ତ ଇନ୍ଧନ ମୂଲ୍ୟ ଉପରେ ଅତିରିକ୍ତ ହ୍ରାସ ମୂଲ୍ୟ (ଭ୍ୟାଟ୍‌) ଘୋଷଣା କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+