କୋଭିଡ୍ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ: କହିଲେ, ଆଗାମୀ କିଛି ଦିନ ଗୁରୁତ୍ୱପୂର୍ଣ୍ଣ
ରାଜ୍ୟରେ ବଢୁଥିବା ସଂକ୍ରମଣ ଓ ଓମିକ୍ରନ ସଂକଟ ମଧ୍ୟରେ ଆଜି ସଂଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ବଢୁଥିବା କୋଭିଡ ମାମଲାକୁ ନେଇ ରାଜ୍ୟବାସୀଙ୍କୁ ବିଶେଷ ସତର୍କ ରହିବା ନେଇ କହିଛନ୍ତି ମୁଖ୍ୟ ଶାସନ ସଚିବ ।
ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ସଂକ୍ରମଣ ଓ ଓମିକ୍ରନ ସଂକଟ ମଧ୍ୟରେ ଆଜି ସଂଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ବଢୁଥିବା କୋଭିଡ ମାମଲାକୁ ନେଇ ରାଜ୍ୟବାସୀଙ୍କୁ ବିଶେଷ ସତର୍କ ରହିବା ନେଇ କହିଛନ୍ତି ମୁଖ୍ୟ ଶାସନ ସଚିବ । ଲୋକମାନେ ଭୟଭୀତ ହେବାର କୌଣସି କାରଣ ନାହିଁ ଏବଂ ଆଗାମୀ କିଛି ଦିନ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି ।

ବର୍ତ୍ତମାନ ସ୍ଥିତିରେ ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣରେ ରହିଛି । ଆଗାମୀ ସ୍ଥିତିକୁ ଦୃଷ୍ଟିରେ ରଖି ମଧ୍ୟ ସରକାର କୋଭିଡ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ବେଡ୍ ମହଜୁଦ ରଖିଛନ୍ତି । ଏବେ ୧୦ ପ୍ରତିଶତ ବେଡରେ କୋଭିଡ ରୋଗୀ ରହିଥିବାବେଳେ ବାକି ୯୦ ପ୍ରତିଶତ ବେଡ ଖାଲି ରହିଥିବା କହିଛନ୍ତି ସୁରେଶ ମହାପାତ୍ର ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତକାଲି ମୁଖ୍ୟମନ୍ତ୍ରୀ କୋଭଇଡ୍ ସ୍ଥିତି ନେଇ ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାତ୍ର ୭ ଦିନ ଭିତରେ ରାଜ୍ୟର ସମସ୍ତ କୋଭିଡ୍ ହସ୍ପିଟାଲକୁ ପ୍ରସ୍ତୁତ କରାଯାଇଛି । ହେଲେ ଏବେ ମାତ୍ର ୨ ପ୍ରତିଶତ କୋଭିଡ୍ ରୋଗୀ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ରାଜ୍ୟର ହସ୍ପିଟାଲ ଗୁଡିକ ଏବେ ଯଥେଷ୍ଟ ଭାବେ ଫାଙ୍କା ଅଛି । ତେଣୁ କେହି ବି ଲୋକ ଭୟଭୀତ ହୁଅନ୍ତୁ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ତେବେ କେହି ବି ଲୋକ ଗହଳି ସ୍ଥାନକୁ ଯାଆନ୍ତୁ ନାହିଁ । କୋଭିଡ୍ ଗାଇଡଲାଇନର ସଠିକ୍ ପାଳନ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି ।
ତେବେ ଯେଉଁମାନେ ଟିକାକରଣ ପକ୍ରିୟାରୁ ବଞ୍ଚିତ ଅଛନ୍ତି ଅଥବା ଦ୍ୱିତୀୟ ଡୋଜ ନେଇନଥିଲେ ଖୁବ ଜଲ୍ଦି ନେବା ଦରକାର । ଗର୍ଭବତୀ ମହିଳା, ଶିଶୁ ଏବଂ ବୃଦ୍ଧ ବୃଦ୍ଧାଙ୍କ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।
ସୂଚନାଥାଉ କି, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୯୧ ଜଣ ଅଛନ୍ତି। ୧୧,୬୦୭ ଜଣଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୮୪୭୯ ଟି ହେଉଛି ଲୋକାଲ୍ କେସ୍।
ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ୪୩୪୭ ଜଣ, ସୁନ୍ଦରଗଡରୁ ୧୨୧୯ଜଣ, କଟକରୁ ୮୯୮ ଜଣ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୬୭ ହଜାର ୯୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୭୩ହଜାର୭୭୭ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୮୪୭୭୦ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ମୃତ୍ୟୁ ସଂଖ୍ୟା ୮, ୪୯୪ କୁ ବୃଦ୍ଧି ପାଇଛି।
ରାଜ୍ୟରେ ଆଉ 6 ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ଜଗତସିଂହପୁର ଓ ଝାରସୁଗୁଡ଼ାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।












Click it and Unblock the Notifications