ଆସିଲା ଅକ୍ଟୋବର ଗାଇଡଲାଇନ୍, ଟ୍ୱିନ୍ ସିଟିରେ ନାଇଟ୍ କର୍ଫ୍ୟୁ
ଆସିଲା ଅକ୍ଟୋବର କରୋନା ଗାଇଡଲାଇନ୍ । ନୂଆ ଗାଇଡଲାଇନ୍ ନଭେମ୍ବର ୧ ଯାଏ ଜାରି ରହିବ ।
ଭୁବନେଶ୍ୱର: ଆସିଲା ଅକ୍ଟୋବର କରୋନା ଗାଇଡଲାଇନ୍ । ନୂଆ ଗାଇଡଲାଇନ୍ ନଭେମ୍ବର ୧ ଯାଏ ଜାରି ରହିବ । ସେପ୍ଟେମ୍ବରରେ ଜାରି ହୋଇଥିବା ଗାଇଡଲାଇନ୍ ଅକ୍ଟୋବରରେ ବଳବତ୍ତର ରହିବ । ପ୍ରେସମିଟରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ କୁମାର ଜେନା ।

ସେପ୍ଟେମ୍ବର ମାସରେ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ହୋଇଥିବା ଗାଇଡଲାଇନରେ ବିଶେଷ ପରିବର୍ତ୍ତନ ହୋଇନାହିଁ। କେବଳ କଟକ ଓ ଭୁବନେଶ୍ୱର ସହର ପାଇଁ କଟକଣା ସାମାନ୍ୟ କଡ଼ାକଡ଼ି କରାଯାଇଛି। କଟକ ଓ ଭୁବନେଶ୍ୱର ଅକ୍ଟୋବର ୧୧ ତାରିଖରୁ ୨୦ ଯାଏ ରାତି ୮ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ରହିବ। ଅର୍ଥାତ୍ ଏହି ଦୁଇଟି ଜିଲ୍ଲାର ସହରାଞ୍ଚଳରେ ରାତି ୮ଟାରୁ ଦୋକାନ ବଜାର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଏସଆରସି। ଦୁର୍ଗା ପୂଜାକୁ ଲକ୍ଷ୍ୟ ରଖି ରାଜ୍ୟ ସରକାର କଟକ, ଭୁବନେଶ୍ୱରରେ ଏହି ନିୟମ ଜାରି କରିଛନ୍ତି ।
ସେହିପରି ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର ରହିବ। ପୌରାଞ୍ଚଳରେ ଅକ୍ଟୋବର ମାସ ତମାମ ରାତି ୧୦ରୁ ସକାଳ ୫ଟା ଯାଏ ନାଇଟ୍ କର୍ଫ୍ୟୁ ରହିବ। ପୂଜା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଏହି ଗାଇଡଲାଇନ୍ ଜାରି କରାଯାଇଛି।












Click it and Unblock the Notifications