ସଂଯୁକ୍ତାଙ୍କୁ ମିଳିଲା ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର,ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ : ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ମାଲକାନଗିରିର ସଂଯୁକ୍ତା ସେଠୀଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର ମିଳିଛି । ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି । ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନର୍ସିଂ ଅଫିସର ତଥା ଓଟି-ଇନ୍ ଚାର୍ଜ ସିଷ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ଜିଲ୍ଲା କ୍ୱାଲିଟି ଆସ୍ୟୁରାନ୍ସ ଟିମ ସଦସ୍ୟା ସହ ବାୟୋ ମେଡିକାଲ୍ ୱେଷ୍ଟ ସୁପରଭାଇଜର ମଧ୍ୟ ଅଛନ୍ତି।
ସଂଯୁକ୍ତାଙ୍କୁ ରାଷ୍ଟ୍ରପତି ପୁରସ୍କାର ମିଳିବା ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲଲ ମିଡିଆ ଏକ୍ସ ମାଧ୍ୟମରେ କହିଛନ୍ତି ଯେ, ସଂଯୁକ୍ତା ସେଠୀଙ୍କର ତ୍ୟାଗ, ନିଷ୍ଠା ଏବଂ ଜନସେବା ମହିଳା ସଶକ୍ତିକରଣର ସର୍ବଶ୍ରେଷ୍ଠ ଉଦାହରଣ ପାଲଟିଛି । ସଂଯୁକ୍ତାଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସଂଯୁକ୍ତାଙ୍କୁ ତାଙ୍କର ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି ଯେ ସଂଯୁକ୍ତାଙ୍କର ଏହି ସଫଳତା ଓଡ଼ିଶା ପାଇଁ ଗୌରବର ବିଷୟ। ଆଗାମୀ ଦିନରେ ସେ ଆହୁରି ସଫଳତା ପାଆନ୍ତୁ ବୋଲି ନବୀନ କାମନା କରିଛନ୍ତି।












Click it and Unblock the Notifications