ମୁଣ୍ଡଳୀରେ ଓଡ୍ରାଫ ବୋଟ୍ ଦୁର୍ଘଟଣାରେ ଓଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ
ଓଟିଭିର ରିପୋର୍ଟର ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ ଘଟିଛି । ଓଡ୍ରାଫ୍ ଟିମ୍ ବୋଟ ଦୁର୍ଘଟଣାରେ ତାଙ୍କର ପରଲୋକ ହୋଇଛି ।
କଟକ: ଓଟିଭିର ରିପୋର୍ଟର ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ ଘଟିଛି । ଓଡ୍ରାଫ୍ ଟିମ୍ ବୋଟ ଦୁର୍ଘଟଣାରେ ତାଙ୍କର ପରଲୋକ ହୋଇଛି । ଏନେଇ ଏସସିବି ମୁଖ୍ୟ ଚିକିତ୍ସାଧିକାରୀ ସୂଚନା ଦେଇଛନ୍ତି ।

ମୁଣ୍ଡଳି ବ୍ୟାରେଜ୍ ନିକଟରେ ଫସି ରହିଥିବା ଦନ୍ତା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମର ବୋଟରେ ଥିଲେ ଅରିନ୍ଦମ । ମାତ୍ର ଓଡ୍ରାଫ ଟିମର ବୋଟ ପାଣିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ଉଦ୍ଧାରକାରୀ ଦଳ ସହ ଯାଇଥିବା କ୍ୟାମେରା ପର୍ସନଙ୍କ ସହ ରିପୋର୍ଟର ଅରିନ୍ଦମ ଦାସ ମଧ୍ୟ ପାଣି ସୁଅରେ ପଡିଯାଇଥିଲେ । ପ୍ରଥମେ କ୍ୟାମରୋପର୍ସନଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅରନ୍ଦମଙ୍କୁ ଉଦ୍ଧାର କରାଯାଇଥିଲା । ତାଙ୍କୁ ଗୁରୁତର ଅବସ୍ଥାରେ ଏସସିବି ସ୍ଥାନାନ୍ତର କରାଯାଇଥିଲେ ବି ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଛି ।
ଉଲ୍ଲେଖଯୋଗ୍ୟ, ଆଠଗଡ଼ ସୁକାସନ ଜଙ୍ଗଲରୁ ୧୮ ଟିକିଆ ହାତୀ ପଲ ମହାନଦୀ ପାର୍ ହୋଇ ବାଙ୍କୀ, ଡମପଡ଼ା-ଚନ୍ଦକା ଜଙ୍ଗଲ ଅଭିମୁଖେ ଯାଉଥିଲେ । ୧୭ଟି ହାତୀ ନଦୀ ପାର୍ ହୋଇଯାଇଥିବାବେଳେ ଏହି ହାତୀଟି ଭାସି ଯାଇଥିଲା । ଦନ୍ତା ଭାସିଯିବାରୁ ତାକୁ ଉଦ୍ଧାର କରିବା ଲାଗି ଆଉ ୨ ହାତୀ ନଦୀରେ ପୁଣି ପଶିଥିଲେ । ହେଲେ ସେ ୨ଟି ହାତୀ ମଧ୍ୟ ସୁଅରେ ଭାସି ମୁଣ୍ଡଳି ବ୍ୟାରେଜ ପାଖ ଅନନ୍ତପୁରରେ ଲାଗି ଉପରକୁ ଉଠିଛନ୍ତି । ହେଲେ ହାତୀଟି ଏ ଯାଏ ନଦୀ ଭିତରେ ଫସି ରହିଛି ।












Click it and Unblock the Notifications