ଆଜି ପବିତ୍ର ଦୋଳ ପୂର୍ଣ୍ଣିମା
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ। ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ।
ଭୁବନେଶ୍ୱର: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଗାଁ ଗାଁରେ ଜମୁଛି ଦୋଳ ମେଲଣ। ଗାଁକୁ ଗାଁ, ସାହିକୁ ସାହି ବୁଲି ବୁଲି ଭୋଗ ଖାଇବା ସହ ରଙ୍ଗବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ। ଏହି ଅବସରରେ ଅନେକ ସ୍ଥାନରେ ବାଡ଼ିଖେଳ ମଧ୍ୟ ହେବ।

ଦୋଳ ପୂର୍ଣ୍ଣିମା ଅବସରରେ ବିଭିନ୍ନ ସ୍ଥାନରେ ବାଡ଼ିଖେଳ ମଧ୍ୟ ଯାଉଛି । ସେପଟେ ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ ।
ତେବେ ଦୋଳ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ ।












Click it and Unblock the Notifications