ପଞ୍ଚାୟତ ନିର୍ବାଚନ: ଦିନ ୧୨ ସୁଦ୍ଧା ୪୩ ପ୍ରତିଶତ ମତଦାନ
ଦ୍ୱିତୀୟ ପର୍ଯ୍ୟାୟରେ ସାରା ରାଜ୍ୟରେ ସୁରୁଖୁରୁରେ ଚାଲିଛି ମତଦାନ । ଦିନ ୧୨ଟା ସୁଦ୍ଧା ହୋଇଛି ୪୩ ପ୍ରତିଶତ ମତଦାନ । ଏନେଇ ସୂଚନା ଦେଇଛନ୍ତି ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର କୁମାର ସାହୁ ।
ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟରେ ସାରା ରାଜ୍ୟରେ ସୁରୁଖୁରୁରେ ଚାଲିଛି ମତଦାନ । ଦିନ ୧୨ଟା ସୁଦ୍ଧା ହୋଇଛି ୪୩ ପ୍ରତିଶତ ମତଦାନ । ଏନେଇ ସୂଚନା ଦେଇଛନ୍ତି ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର କୁମାର ସାହୁ ।

ବର୍ତ୍ତମାନ ସୁଦ୍ଧା ଜଗତସିଂହପୁର ୨ଟି ବୁଥକୁ ଛାଡି ଦେଲେ ଅନ୍ୟ ସବୁ ସ୍ଥାନରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ଚାଲିଛି । କୋଟିଆରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ଚାଲିଛି ବର୍ତ୍ତମାନ ୪୦ ପ୍ରତିଶତ ଭୋଟିଂ ହୋଇଛି । ତେବେ ଦ୍ୱିତୀୟ ପର୍ଯ୍ୟାୟ ଭୋଟରେ ନିର୍ବାଚନ କମିସନଙ୍କ କଡା ନଜର ରହିଛି ।
ରାଜ୍ୟର ୩୦ ଜିଲ୍ଲାର ୬୮ବ୍ଲକରେ ୧୮୬ ଜିଲ୍ଲାପରିଷଦ ଜୋନରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ମତଦାନ ବେଳେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ମୁତୟନ ହୋଇଛନ୍ତି ୨୪୦ ପ୍ଲାଟୁନ ପୁଲିସ ଫୋର୍ସ । ୧୫୧୪ ପଂଚାୟତର ୨୦ହଜାର ୪୩୫ବୁଥରେ ଭୋଟଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା । ସେଥିମଧ୍ୟରୁ ୩ ହଜାର ୬୫ଟି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ ।












Click it and Unblock the Notifications