ଶେଷ ହେଲା ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୭୧ ପ୍ରତିଶତ ମତଦାନ ରେକର୍ଡ
ଶେଷ ହେଲା ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୭୧ % ହୋଇଛି ମତଦାନ ।
ଭୁବନେଶ୍ୱର: ଶେଷ ହେଲା ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୭୧ % ହୋଇଛି ମତଦାନ । ଏହି ପର୍ଯ୍ୟାୟରେ ମୋଟ ୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ରହିଥିଲେ । ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ମୋଟ ୬୮ଟି ବ୍ଳକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦,୪୩୬ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ ।

ସେ ଆହୁରି କହିଛନ୍ତି କି, ପ୍ରଥମ ପର୍ଯ୍ୟାୟ ଭୋଟିଂରେ ହୋଇଥିବା ବିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଆଜିର ନିର୍ବାଚନ କଡ଼ାକଡ଼ି ହୋଇଥିଲା । କିଛି ସ୍ଥାନରେ ଭୋଟ୍ ବାଲାଟ୍ ପେପର ଏବଂ ବିଶୃଙ୍ଖଳା ପାଇଁ ଭୋଟିଂ ହୋଇପାରିନି । ଜଗତସିଂହପୁର, ଯାଜପୁରର କିଛି ବୁଥରେ ଭୋଟ୍ ବାଧାପ୍ରାପ୍ତ ହୋଇଛି । ଜିଲ୍ଲାପାଳଙ୍କ ରିପୋର୍ଟ ପରେ ସେହି ସ୍ଥାନରେ ପୁନଃମତଦାନ ହୋଇପାରେ ।
ସେପଟେ ଆଉ ଦିନକ ପରେ ଅର୍ଥାତ ପେବୃୟାରୀ ୨୦ରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ହେବ । ଏଥିପାଇଁ ଆଜି ସନ୍ଧ୍ୟାରେ ସରିଛି ପ୍ରଚାର। ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୧୭୧ଟି ଜିଲ୍ଲା ପରିଷଦ ଜୋନରେ ହେବ ନିର୍ବାଚନ । ୧୩୮୨ ସରପଞ୍ଚ, ସମିତି ସଭ୍ୟ ଏବଂ ୧୮ହଜାର ୪୯୫ଟି ଓ୍ବାର୍ଡରେ ହେବ ଭୋଟିଂ ।
-
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ମୁଖ୍ୟମନ୍ତ୍ରୀ ହେବେ ନୀତିଶଙ୍କ ପୁଅ, ଦାବି କଲେ JDU ବିଧାୟକ











Click it and Unblock the Notifications