ପ୍ରକାଶ ପାଇଲା ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି
ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି।
ଭୁବନେଶ୍ୱର: ବାଜିଲା ପଞ୍ଚାୟତ ନିର୍ବାଚନ ବିଗୁଲ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି। ପଞ୍ଚାୟତ ଅଫିସରେ ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ହୋଇଛି।

ଆସନ୍ତା ଜାନୁଆରୀ ୧୭ ତାରିଖରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ, ୨୫ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହର ଏବଂ ସେହିଦିନ ଅର୍ଥାତ୍ ୨୫ ତାରିଖରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା । ଏଥର ନିର୍ବାଚନରେ ୯୧ ହଜାର ୯୧୩ ଓ୍ୱାର୍ଡ ମେମ୍ବର, ୬, ୭୯୪ ସରପଞ୍ଚ, ୬, ୭୯୩ ସମିତି ସଭ୍ୟ ଓ ୮୫୩ ଜିଲ୍ଲା ପରିଷଦ ସଭ୍ୟଙ୍କ ଲାଗି ମତଦାନ ହେବ ମୋଟ୍ ୨ କୋଟି ୭୯ ଲକ୍ଷ ଭୋଟର ନିର୍ବାଚନରେ ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ । ପଞ୍ଚାୟତ ନିର୍ବାଚନ ପାଇଁ ଆଚରଣ ବିଧି କଡ଼ାକଡ଼ି ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଲାଗିଥିବା ସରକାରୀ ହୋଡିଂ ଓ ବ୍ୟାନରକୁ ହଟା ଯାଉଥିବା ଦେଖିବାକୁ ମିଳିଛି।
ତେବେ ଫେବୃଆରୀ ୧୬ରୁ ରାଜ୍ୟରେ ମତଦାନ ଆରମ୍ଭ ହେବ। ମୋଟ୍ ୫ଟି ପର୍ଯ୍ୟାୟରେ ମତଦାନ ହେବ। ଫେବୃଆରୀ ୧୬, ୧୮, ୨୦, ୨୨, ଓ ୨୪ ତାରିଖରେ ମତଦାନ ହେବ।












Click it and Unblock the Notifications