ପଞ୍ଚାୟତ ଫଳାଫଳ: ଆରମ୍ଭ ହେଲା ଭୋଟ୍ ଗଣତି
ଆଜିଠୁ ଆରମ୍ଭ ହୋଇଛି ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି । ୩ ଦିନ ଯାଏ ଅର୍ଥାତ ୨୬, ୨୭ ଓ ୨୮ ତାରିଖ ଯାଏ ଗଣାଯିବ ଭୋଟ୍ । ବ୍ଲକ ସ୍ତରରେ ଭୋଟ ଗଣାଯିବା ପରେ ଫଳାଫଳ ପ୍ରକାଶ କରାଯିବ ।
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ପଞ୍ଚାୟତ ନିର୍ବାଚନ ଭୋଟ୍ ଗଣତି । ୩ ଦିନ ଯାଏ ଅର୍ଥାତ ୨୬, ୨୭ ଓ ୨୮ ତାରିଖ ଯାଏ ଗଣାଯିବ ଭୋଟ୍ । ବ୍ଲକ ସ୍ତରରେ ଭୋଟ ଗଣାଯିବା ପରେ ଫଳାଫଳ ପ୍ରକାଶ କରାଯିବ ।

ଆଜି ପ୍ରଥମ ଦିନରେ ୩୧୫ ଜିଲ୍ଲା ପରିଷଦ ଜୋନ୍ ଅନ୍ତର୍ଗତ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ଭୋଟ୍ ଗଣତି ହେଉଛି । ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ, ଭୋଟ୍ ଗଣତି ଶେଷ ଯାଏ ଚାଲିବ । ସନ୍ଧ୍ୟା ସୁଦ୍ଧା ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ଜୋନରେ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା ହେବାର ସମ୍ଭାବନା ରହିଛି ।
ରାଜ୍ୟର ସମସ୍ତ ୩୧୪ ବ୍ଲକରେ ହୋଇଛି ଗଣତି ବ୍ୟବସ୍ଥା। ପ୍ରତି ପଞ୍ଚାୟତ ପାଇଁ ଗଣତି ସକାଶେ ଗୋଟିଏ ଟେବୁଲ ବ୍ୟବସ୍ଥା ହୋଇଛି। ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର ଓ ୨ ଜଣ ଲେଖାଏଁ କାଉଣ୍ଟିଂ ଆସିଷ୍ଟାଣ୍ଟ ଦାୟିତ୍ୱରେ ଅଛନ୍ତି। ସହାୟତା ପାଇଁ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀ ମଧ୍ୟ ଅଛନ୍ତି। ରଙ୍ଗ ଅନୁସାରେ ବାଲଟ୍ ପେପର ସର୍ଟିଂ ପରେ ଚାଲିଛି ଗଣତି। ତେବେ ଗଣତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସବୁ ଜିଲ୍ଲାର ବ୍ଲକ ସଦର ମହକୁମାରେ ଗଣତି କେନ୍ଦ୍ର ଖୋଲାଯାଇଛି। ଗଣତି କେନ୍ଦ୍ର ନିକଟରେ ଶୃଙ୍ଖଳା ବଜାୟ ରଖିବା ଲାଗି ବ୍ୟାରିକେଡ୍ କରାଯାଇଛି।
ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନ୍ରେ ଭୋଟ ଗଣାଯିବ। ଆସନ୍ତାକାଲି ୩୦୭ ଓ ପରଦିନ ୨୨୯ ଜିଲ୍ଲା ପରିଷଦ ଜୋନ୍ରେ ଭୋଟ୍ ଗଣାହେବ। ପ୍ରାର୍ଥୀ କିମ୍ବା ତାଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ ଗଣତି ହେବ। ଇଲେକସନ୍ ଅଫିସ୍ରେ ଓ ଟାବୁଲେସନ୍ ଲାଗି ସ୍ୱତନ୍ତ୍ର ଟେବୁଲ୍ ଅଛି।












Click it and Unblock the Notifications