Odisha Police Exam: ଡିସେମ୍ବର ୭ରୁ ଆରମ୍ଭ ହେବ କନଷ୍ଟେବଳ ଅନଲାଇନ୍ ପରୀକ୍ଷା
ଓଡ଼ିଶା ପୋଲିସ ପକ୍ଷରୁ ପ୍ରକାଶ ପାଇଥିବା କନଷ୍ଟେବଳ / ସିପାହୀ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଅକ୍ଟୋବର ୩୦ ଆବେଦନର ଅନ୍ତିମ ତାରିଖ ରହିଥିବା ବେଳେ ପରବର୍ତ୍ତୀ ସମୟରେ ନଭେମ୍ବର ୧୫ ପର୍ଯ୍ୟନ୍ତ ଉକ୍ତ ସମୟସୀମାକୁ ବୃଦ୍ଧି କରାଯାଇଥିଲା । ରାଜ୍ୟ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ଚୟନ ବୋର୍ଡ, ଓଡ଼ିଶା ପୋଲିସ, କଟକ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଥିଲା । ତେବେ ଏହା ମଧ୍ୟରେ କନଷ୍ଟେବଳ / ସିପାହୀ ପଦ ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି ।

ସଦ୍ୟ ନୋଟିସ୍ ମୁତାବକ, ଡିସେମ୍ବର ୭ ତାରିଖ ଠାରୁ କନଷ୍ଟେବଳ / ସିପାହୀ ପଦର କମ୍ପ୍ୟୁଟର ବେସଡ ରିକ୍ରୁଟମେଣ୍ଟ ପରୀକ୍ଷା (ସିବିଆରଇ) ଆରମ୍ଭ ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାର ପରୀକ୍ଷା କେନ୍ଦ୍ରମାନଙ୍କରେ ଏହି ପରୀକ୍ଷା ଅନୁଷ୍ଠିତ ହେବ ଓଡ଼ିଶା ପକ୍ଷରୁ ଏହି ପଦର ଅନଲାଇନ୍ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ପ୍ରାର୍ଥୀମାନେ ଡିସେମ୍ବର ୨ ତାରିଖ ସକାଳ ୧୦ଟା ପରଠାରୁ ୱେବସାଇଟ୍ https://odishapolice.gov.in/ କୁ ଯାଇ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ୩ ତାରିଖ ଠାରୁ ମକ୍ ଟେଷ୍ଟ ଉପଲବ୍ଧ ହେବ । ପରୀକ୍ଷା ଦେବା ପୂର୍ବରୁ ପ୍ରାର୍ଥୀମାନେ ୱେବସାଇଟକୁ ଯାଇ ମକ୍ ଟେଷ୍ଟ ଦେଇ ପାରିବେ । ନିଯୁକ୍ତି ବାବଦରେ ଅପଡେଟ୍ ଜାଣିବା ପାଇଁ ନିୟମିତ ଭବେ ୱେବସାଇଟ୍ ପରିଦର୍ଶନ କରିବାକୁ ପ୍ରାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ପ୍ରଥମେ ମୋଟ ୧୩୬୦ଟି ସିପାହୀ / କନଷ୍ଟେବଳ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପରବର୍ତ୍ତୀ ସମୟରେ ଆଉ ୭୨୦ଟି ପଦ ସେଥିରେ ଯୋଡ଼ା ଯାଇଥିଲା । ଏହାଫଳରେ ମୋଟ ପଦ ସଂଖ୍ୟା ୨୦୮୦କୁ ବୃଦ୍ଧି ପାଇଥିଲା । ସେପ୍ଟେମ୍ବର ୨୩ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୨୩ ଆବେଦନର ଅନ୍ତିମ ତାରିଖ ରହିଥିଲା । ମାତ୍ର ପାର୍ବଣକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ସମୟରେ ତାହାକୁ ଅକ୍ଟୋବର ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ତା' ପରେ ପୁଣି ଏହି ଅବଧିକୁ ନଭେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications