ପୁରୀ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡ଼ିଶା ପୋଲିସର ସୂଚନା; ଦୁଇ ଘଣ୍ଟା କିମ୍ବା ଊର୍ଦ୍ଧ୍ବ ସମୟ ଅପେକ୍ଷା କରିବାକୁ ପଡିପାରେ
ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଓଡ଼ିଶା ପୋଲିସର ଜରୁରୀ ସୂଚନା । ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି 'ଏକ୍ସ' ଜରିଆରେ ସୂଚନା। ଦୁଇ ଘଣ୍ଟା କିମ୍ବା ଊର୍ଦ୍ଧ୍ବ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। ପୁରୀକୁ ଆସିବାକୁ ଯୋଜନା କରୁଥିବା ଭକ୍ତ ଦୟାକରି ଏହାକୁ ଧ୍ୟାନ ଦିଅନ୍ତୁ। ଦୟାକରି ଏହାକୁ ଧ୍ୟାନରେ ରଖି ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତୁ।

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।
ପରଲୋକଗତ ଭକ୍ତମାନଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।
ଏହି ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ। ଏହା ସହିତ ପୁରୀ ଜିଲାପାଳ ଓ ଏସ୍ପିଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁ ଦାୟିତ୍ୱରେ ଅବହେଳା ଅଭିଯୋଗ ପାଇଁ ନିଲମ୍ବିତ କରାଯାଇଛି।
ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।












Click it and Unblock the Notifications