ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗର ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ବର: ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗର ଅତିରିକ୍ତ ଦାୟିତ୍ୱ । ପ୍ରମିଳାଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
ଗତକାଲି ଇସ୍ତଫା ଦେଇଥିଲେ ଉଭୟ ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ଏବଂ ଶ୍ରୀକାନ୍ତ ସାହୁ । ୨ ମନ୍ତ୍ରୀ ଇସ୍ତଫା ଦେଲା ପରେ ଖାଲି ପଡ଼ିଥିଲା ୨ ବିଭାଗ । ତେବେ ଉଭୟେ କାହିଁକି ଇସ୍ତଫା ଦେଲେ ସେ ସମ୍ପର୍କରେ କୌଣସି ସୂଚନା ମିଳିନି । ସେହିପରି ଦୁଇ ମନ୍ତ୍ରୀଙ୍କ ପୂର୍ବରୁ ବିକ୍ରମ ଆରୁଖ ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି ।

ତେବେ ଗତକାଲି ରାତିରେ ହଠାତ୍ ବାଚସ୍ପତି ଓ ଦୁଇ ଟାଣୁଆ ମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇ ଯାଇଛି । ରାଜ୍ୟ ସରକାରଙ୍କ ମନ୍ତ୍ରୀମଣ୍ଡଳରେ ଖୁବଶୀଘ୍ର ଅଦଳବଦଳ ହେବା ନେଇ ଚର୍ଚ୍ଚା ହେଉଛି ।
ତେବେ ଇସ୍ତଫା ଦେଇଥିବା ଉଭୟ ମନ୍ତ୍ରୀ ନବୀନ ସରକାରରେ ବିବାଦୀୟ ଥିଲେ । ପୁରୀ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାରେ ସମୀର ଦାସଙ୍କ ଉପରଙ୍କୁ ଆଙ୍ଗୁଳି ଉଠିଥିଲା । ସେହିଭଳି ନିକଟରେ ପୁରୀ ଜିଲ୍ଲା ପରିଷଦ ଜୋନ୍ ନିର୍ବାଚନରେ ମଧ୍ୟ ବିଜେଡି ପ୍ରାର୍ଥୀଙ୍କ ପରାଜୟ ପରେ ସମୀରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିଲା ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications