ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା ୨୪ ଓ ୨୫ରେ ୭ ଜିଲ୍ଲାରେ ବର୍ଷିବ, ମତ୍ସ୍ୟଜୀବୀଙ୍କୁ କଟକଣା

ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ତେବେ ଏହି ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ତାହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଆଜି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

୨୨ ଓ ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ ।

odisha rain

ସେପଟେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ତଳିଆ ଅଞ୍ଚଳ ଓ ଅଣ୍ଡରପାସ୍‌ରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ସହରାଞ୍ଚଳରେ ଦୃଶ୍ୟମାନ କ୍ଷମତା ହ୍ରାସ ଓ ଟ୍ରାଫିକ୍‌ ସମସ୍ୟା ଉପୁଜିବ ବୋଲି ଏସ୍‌ଆରସି ସତର୍କ କରାଇଛନ୍ତି।ସେହିଭଳି ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳକୁ ପ୍ରବେଶ ଉପରେ କଟକଣା ଲଗାଯାଇଛି।

୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଘଣ୍ଟାପ୍ରତି ପବନର ବେଗ ୩୫ ରୁ ୪୫ କି.ମି. ରହିବା ସହ ଘଣ୍ଟା ପ୍ରତି ୫୫ କି.ମି. ବେଗରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି। ଅପରପକ୍ଷେ ବୁଧବାର ନୟାଗଡ଼ରେ ସର୍ବାଧିକ ୩୯ ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+