ସୃଷ୍ଟି ହେଲା ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା ଜାରି, ଏହି ସବୁ ଜିଲ୍ଲାକୁ ଆଲର୍ଟ

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ତୀବ୍ର ବୃଷ୍ଟିପାତ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ଆଜିଠାରୁ ୨ ଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାକି ପ୍ରାୟ ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

ସେହିପରି ଆଜି ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

ଅରେଞ୍ଜ ଆଲର୍ଟ ଅଞ୍ଚଳର ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ତଳି ଅଞ୍ଚଳରେ ପାଣି ଜମିବା, ଅକସ୍ମାତ ବନ୍ୟା, ମାଟି ଅତଡା ଖସିବା, ଟ୍ରାଫିକ୍‌ ସମସ୍ୟା ଦେଖା ଦେଇପାରେ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି ।

RAIN

୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+