ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା !

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା। ଘୂର୍ଣ୍ଣିବଳୟ ଯୋଗୁଁ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ । ପରେ ଏହା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ୩୦ରୁ ଅକ୍ଟୋବର ୩ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା । ଲଘୁଚାପ ପ୍ରଭାବରେ ଉପକୂଳ ଓ ଉତ୍ତର ଓଡିଶାରେ ମଧ୍ୟମରୁ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି ।

ସେପ୍ଟେମ୍ବର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି । ଏହି ୨୭ ଦିନର ବର୍ଷା, ସେପ୍ଟେମ୍ବର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମି ତୁଳନାରେ ୩୪ ପ୍ରତିଶତ ଅଧିକ ରହିଛି ।

ଆସନ୍ତାକାଲି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିଭଳି ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।


୩୦ ତାରିଖରେ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଓଡିଶା ସମେତ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତେଲେଙ୍ଗାନା ଏବଂ କେରଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଇଏମଡିର ଆକଳନ ଅନୁସାରେ, ଉତ୍ତର-ପୂର୍ବ ଭାରତରେ ଅକ୍ଟୋବର ଦ୍ବିତୀୟ ସପ୍ତାହ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+