ପାଣିପାଗ ଖବର: ଗଣେଶ ପୂଜାରେ ଭିଜିବ ଓଡ଼ିଶା, ଏହି ଜିଲ୍ଲାକୁ ଆଲର୍ଟ
ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଚି ହେବା ନେଇ ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ସେହିପରି ଆଜି ଗଣେଶ ପୂଜାରେ ୧୫ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାର କେତକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୧ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ଆକଳନ କରାଯାଇଛି ।
୨୧ ତାରିଖରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ଗଞ୍ଜାମ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି ।

ଏହା ସହ ବାଲେଶ୍ୱର ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କଟକ,ପୁରୀ, ନୟାଗଡ଼, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼. ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର କଳାହାଣ୍ଡି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କୁହଯାଇଛି ।
ଆଉ କିଛି ଦିନର ବର୍ଷା ପରେ ୨୮ ଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ଓ ଅବଶିଷ୍ଟ ୨ ଜିଲ୍ଲା ଯଥା ମୟୂରଭଞ୍ଜ ଓ ବାଲେଶ୍ବରରେ ସ୍ବାଭାବିକ ଠାରୁ ଟିକେ ଅଧିକ ବର୍ଷା ରେକର୍ଡ ହୋଇଛି । ଫଳରେ ରାଜ୍ୟରେ ୬% ନିଅଣ୍ଟ ବର୍ଷା ସ୍ଥିତି ଭରଣା ହୋଇପାରିଛି ।












Click it and Unblock the Notifications