ଆଜି ଠୁ ତିନି ଦିନ... ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Odisha Rain News: ଆଜି ଠାରୁ ବଢିବ ବର୍ଷା ପରିମାଣ । ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ ତିନି ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଏସବୁ ଜିଲ୍ଲାରେ 70 ରୁ 200 ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ ଆକସ୍ମିକ ବନ୍ୟା ସହ ଦୃଶ୍ୟମାନ କ୍ଷମତା କମିବ । ବର୍ଷା ସମୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । 8 ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ।
କେବଳ ଆଜି ନୁହଁ ଆସନ୍ତା 3 ରୁ 4 ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।
ସୋମବାର ଚାନ୍ଦବାଲିରେ 40.5, ପାରଳାଖେମୁଣ୍ଡିରେ 33, ଅନୁଗୁଳରେ 30, ତାଳଚେରରେ 12, ଦାରିଙ୍ଗିବାଡ଼ିରେ 28, ନୟାଗଡ଼ରେ 26 ଓ ଢେଙ୍କାନାଳରେ 17 ମିମି ବର୍ଷା ରେକର୍ଡ ହୋଇଛି ।
-
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର












Click it and Unblock the Notifications