ଆଜିର ପାଣିପାଗ ଖବର: ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷା, ୨୩ ଜିଲ୍ଲାକୁ ଆଲର୍ଟ ଜାରି

ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷା । ରାଜ୍ୟ ସାରା ବର୍ଷା ହେବାର ସମ୍ଭାବନା ରହିଛି । ଉପାନ୍ତରୁ ଉପକୂଳ ସବୁଠି ଜୋରରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଘଡଘଡି ବିଜୁଳି ସହ ବର୍ଷା ନେଇ ୨୩ ଟି ଜିଲ୍ଲାକୁ ସତର୍କ କରାଯାଇଛି । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୩୧ ତାରିଖରୁ ପୁଣି ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ଆକଳନ କରାଯାଇଛି ।

ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବ ରହିଛି । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

RAIN

ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ତୁଳନାରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୧୧ ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

୧୭ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ମାତ୍ର ଦୁଇଟି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି ।

ସମ୍ଭାବ୍ୟ ବର୍ଷା ନେଇ ୨୩ଟି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+