ପୁଣି ଚିନ୍ତା ବଢାଉଛି କରୋନା, ୧୮ ଜିଲ୍ଲାରୁ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଚିହ୍ନଟ ହୋଇଛନ୍ତି । ଗତକାଲି ସଂକ୍ରମିତଙ୍କ ସଂଖ୍ୟା ୨୦୪ ଛୁଇଁଥିଲା । ତେବେ ୧୩୫ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଥିବା ବେଳେ ୯୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ କରାଯାଇଛି । ଏହାମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ ବୟସର ଶିଶୁ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି ।

ସୂଚନାଯୋଗ୍ୟ, ଆଜି ବାଲେଶ୍ବର ଜିଲ୍ଲାରୁ ୧୩ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୩ ଜଣ,ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଓ ଷ୍ଟେଟପୁଲରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୯୦,୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୩୫ରେ ପହଁଚିଛି ୧୨,୭୯୯,୭୮ଜଣ ସୁସ୍ଥ ହୋଇଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications