ସମ୍ଭାବ୍ୟ ବାତ୍ୟା ପାଇଁ ସନ୍ଧ୍ୟାରେ ମୁଖ୍ୟ ଶାସନ କରିବେ ସମୀକ୍ଷା ବୈଠକ
ବାତ୍ୟାକୁ ଦୃଷ୍ଟିରେ ରଖି ସନ୍ଧ୍ୟାରେ ମୁଖ୍ୟ ଶାସନ ସମୀକ୍ଷା ବୈଠକ ଡାକିଛନ୍ତି । ଏସଆରସି ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ସାମିଲ ହେବେ ଏସଆରସି, ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ।
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଆଜି ସୃଷ୍ଟି ହୋଇଛି ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ସକ୍ରିୟ ଲଘୁଚାପ ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ ।

ଫଳରେ ବାତ୍ୟାକୁ ଦୃଷ୍ଟିରେ ରଖି ସନ୍ଧ୍ୟାରେ ମୁଖ୍ୟ ଶାସନ ସମୀକ୍ଷା ବୈଠକ ଡାକିଛନ୍ତି । ଏସଆରସି ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ସାମିଲ ହେବେ ଏସଆରସି, ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ । ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ କହିଛନ୍ତି ୭ ଜିଲ୍ଲା ଉପରେ ରହିଛି ସ୍ୱତନ୍ତ୍ର ନଜର ରଖାଯାଇଛି । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏହି ସମୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୩ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ମନା କରାଯାଇଛି । ୨୨ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମଧ୍ୟ ବାରଣ କରାଯାଇଛି ।












Click it and Unblock the Notifications