୪୧ରେ ଜଳିଲା ମାଲକାନଗିରି
ଭୁବନେଶ୍ୱର : ରାଜ୍ୟରେ କ୍ରମାଗତ ୩ ଦିନ ହେବ ଗ୍ରୀଷ୍ମ ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ଆସନ୍ତା ଦୁଇଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଥିଲା ।

ଆଉ ଆଜି ତାତିରେ ଫୁଟିଲା ସାରା ରାଜ୍ୟ ୪୦ ଡିଗୀ ଟପିଛି ଟପିଲା ୫ ସହର । ଆଉ ଆଜି ରାଜ୍ୟରେ ୪୧ ଡିଗ୍ରୀ ସହ ମାଲକାନଗିରି ସର୍ବାଧିକ ଉତ୍ତପ୍ତ ସହର ହୋଇଛି । ବୌଦ୍ଧ ଏବଂ ଟିଟିଲାଗଡ଼ ତାପମାତ୍ରା ୪୦.୫ ଡିଗ୍ରୀ ବଲାଙ୍ଗିର ୪୦.୨ ଏବଂ ନୟାଗଡ଼ ୪୦ ଡିଗ୍ରୀ ସେଲସିୟସ । କଟକ ୩୭.୬ ଏବଂ ଭୁବନେଶ୍ୱର ୩୭ ଡିଗ୍ରୀ ସେଲସିୟସ ରହିଛି ।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନି। ଆହୁରି ମଧ୍ୟ କୁହାଯାଇଛି ଯେ ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ। ଲୋକେ ସନ୍ତୁଳି ହେବେ। ଦିନ ୧୦ ଟାରୁ ଅପରାହ୍ନ ୩ ଟାକୁ ପିକ୍ ଆଓ୍ବାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁଙ୍କୁ ସିଧାସଳଖ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦିଆଯାଇଛି। ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରି ଅତିକ୍ରମ କରିବ ତାପମାତ୍ରା ବୋଲି ଚେତାବନୀ ଦେଇଛି ପାଣିପାଗ ବିଭାଗ। ଉପକୂଳ ଓଡ଼ିଶାରେ ୩୯ ଡିଗ୍ରି ସହ ୬୦ ପ୍ରତିଶତ ରହିବ ଆର୍ଦ୍ରତା ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।












Click it and Unblock the Notifications