ବଢିଲା ଖରା ଛୁଟି:ଜୁନ୍ ୨୧ରେ ସ୍କୁଲ୍ ଖୋଲିବ
ଭୁବନେଶ୍ୱର: ଭୁବନେଶ୍ୱର: ରାଜ୍ୟରେ ବଢିଲା ଖରା ଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରା ଛୁଟି ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଜୁନ୍ 21 ରେ ଖୋଲିବ ସ୍କୁଲ୍ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅପ୍ରେଲ 21 ତାରିଖରୁ ସ୍କୁଲରେ ଖରାଛୁଟି ହୋଇଥିଲା । ଆଗୁଆ ଖରାଛୁଟି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଯୁକ୍ତ 2 ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିଛି ।
ଉପକୂଳ ଓ ପଶ୍ଚିମ ଓଡିଶାରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏପରିକି ସକାଳ 5 ଟାରୁ ତାପମାତ୍ର 30 ଡ଼ିଗ୍ରୀ ପରେ ରହୁଛି । ସେହିପରି ଦିନର ତାପମାତ୍ରା 45 ଡ଼ିଗ୍ରୀ ଉପରେ ରହୁଛି












Click it and Unblock the Notifications