ଆସନ୍ତାକାଲିଠୁ ସ୍କୁଲ ଛୁଟି
Odisha School News: ଖରା ପାଇଁ ସ୍କୁଲ ଛୁଟି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲିଠୁ ତିନି ଦିନ ରାଜ୍ୟର ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ବନ୍ଦ ରହିବ ।
ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ସେହିପରି ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ।

ସୂଚନାଯୋଗ୍ୟ ଯେ, ଏପ୍ରିଲ ୧୩ରୁ ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୩ ରୁ ୪ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବ ।
ଆଜି ୪୧.୬ ଡିଗ୍ରୀ ସହ ବାରିପଦାରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ାରେ ୪୧.୨ ଡିଗ୍ରୀ, ସମ୍ବଲପୁର ୪୦.୮, ଭୁବନେଶ୍ୱର ୪୦.୭ ଡିଗ୍ରୀ, ବୈଦ୍ଧ ୪୦.୫ ଡିଗ୍ରୀ, ଟିଟିଲାଗଡ ୪୦.୫ ଡିଗ୍ରୀ, ଅନୁଗୁଳ ୪୦.୧ ଡିଗ୍ରୀ, କଟକ ଓ ସୁନ୍ଦରଗଡରେ ୪୦.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।












Click it and Unblock the Notifications