ରାଜ୍ୟରେ ୧୮୭୨.୧୧ କୋଟି ଟଙ୍କାର ୮ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପ ଅନୁମୋଦିତ
ଓଡ଼ିଶାରେ ବ୍ୟବସାୟ ଅନୁକୁଳ ବାତାବରଣ ଓ ସ୍ୱଚ୍ଛ ପ୍ରଶାସନିକ ବ୍ୟବସ୍ଥା ଯୋଗୁ ଓଡ଼ିଶା ନୂଆ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ସମର୍ଥ ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍ ୱିଣ୍ଡୋ କମିଟ
ଭୁବନେଶ୍ୱର: ଓଡ଼ିଶାରେ ବ୍ୟବସାୟ ଅନୁକୁଳ ବାତାବରଣ ଓ ସ୍ୱଚ୍ଛ ପ୍ରଶାସନିକ ବ୍ୟବସ୍ଥା ଯୋଗୁ ଓଡ଼ିଶା ନୂଆ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ସମର୍ଥ ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୮ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୧୮୭୨.୧୧ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ ୩୪୬୧ ଜଣଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସଂପର୍କିତ ବିଷୟ ଆଲୋଚନା ପାଇଁ ଉପସ୍ଥାପନ ପୂର୍ବକ କହିଥିଲେ ଯେ, ପ୍ରକଳ୍ପ ଗୁଡିକ ମୁଖ୍ୟତଃ ଖାଦ୍ୟ ପ୍ରକ୍ରିୟାକରଣ, କୃଷି, ପଶୁପାଳନ ଏବଂ ଡ଼ାଉନ ସିଷ୍ଟମ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧିରେ ସହାୟକ ହେବ ।
ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ୱରିତ କ୍ଷେତ୍ରାନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଆରୋପ କରିଥିଲେ । ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ସେ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପୂର୍ବରୁ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକର ସମୟାନୁବନ୍ଧିତ ନିର୍ମାଣ ଏବଂ ଉତ୍ପାଦନ ଆରମ୍ଭ ଉପରେ ଗୁରୁତ୍ୱ ଆରୋପ କରି ଏହା ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲ୍ଙ୍କୁ ନିର୍ଦ୍ଦେଶ ଦେଇଥିଲେ ।












Click it and Unblock the Notifications