Get Updates
Get notified of breaking news, exclusive insights, and must-see stories!

ରାଜ୍ୟ ବଜେଟ୍: ସ୍ବାସ୍ଥ୍ୟ ସେବାକୁ ୧୬ ହଜାର ୪୮ କୋଟି, ଆରମ୍ଭ ହେବ ‘ଆମ ହସ୍ପିଟାଲ’ ଯୋଜନା

ଚଳିତ ବର୍ଷ ବଜେଟର ଜନସ୍ୱାସ୍ଥ୍ୟ ସେବାକୁ ମିଳିଛି ୧୬ ହଜାର ୪୮ କୋଟି ଟଙ୍କା । ତେବେ ଗତ ଆର୍ଥିକ ବର୍ଷର ବ୍ୟୟବରାଦ ତୁଳନାରେ ଚଳିତ ବର୍ଷ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଅଧିକ ଫୋକସରେ ରଖିଛନ୍ତି ରାଜ୍ୟ ସରକାର ।

Odisha State Budget

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହୋଇଛି ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନା କରିଛନ୍ତି ରାୟ ବଜେଟ୍ । ଏଥର ବଜେଟର ମୋଟ୍ ୨ ଲକ୍ଷ ୩୦ ହଜାର କୋଟି ବ୍ୟୟ ଅଟକଳ ହୋଇଛି । ଯେଉଁଥିରେ ସ୍ୱାସ୍ଥ୍ୟ ସେବାର ଭିତ୍ତିଭୂମି ବିକାଶ ପାଇଁ ୧୬ ହଜାର ୪୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

ସେହିପରି ଚଳିତ ବର୍ଷ ବଜେଟର ଜନସ୍ୱାସ୍ଥ୍ୟ ସେବାକୁ ମିଳିଛି ୧୬ ହଜାର ୪୮ କୋଟି ଟଙ୍କା । ତେବେ ଗତ ଆର୍ଥିକ ବର୍ଷର ବ୍ୟୟବରାଦ ତୁଳନାରେ ଚଳିତ ବର୍ଷ ସ୍ୱାସ୍ଥ୍ୟ କ୍ଷେତ୍ରକୁ ଅଧିକ ଫୋକସରେ ରଖିଛନ୍ତି ରାଜ୍ୟ ସରକାର । ଗତବର୍ଷ ତୁଳନାରେ ୨୭ ପ୍ରତିଶତ ଅଧିକ ବଜେଟ୍ ଜନସ୍ୱାସ୍ଥ୍ୟ ସେବାକୁ ମିଳିଛି । ଖାଲି ସେତିକି ନୁହେଁ, ୨୦୧୭-୧୮ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷ ସ୍ୱାସ୍ଥ୍ୟ କ୍ଷେତ୍ରକୁ ମିଳିଥିବା ବଜେଟ୍ ପ୍ରାୟ ୩ ଗୁଣ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ତେବେ ଜନସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବ୍ୟୟବରାଦ ହୋଇଥିବା ଟଙ୍କାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରଶାସନିକ ବ୍ୟୟବରାଦ ବାବଦରେ ୩ ହଜାର ୭୨୫ କୋଟି ଟଙ୍କା ଓ କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୧୨ ହଜାର ୩୧ କୋଟି ଟଙ୍କା ଖର୍ଚ୍ଚ ହେବ । ସେହିପରି ସ୍ୱାସ୍ଥ୍ୟ କ୍ଷେତ୍ରରେ 'ଆମ ହସ୍ପିଟାଲ' ନୂଆ ଯୋଜନା ମଧ୍ୟ ଆରମ୍ଭ କରିବେ ରାଜ୍ୟ ସରକାର । ଏଥିପାଇଁ ରାଜ୍ୟ ବଜେଟରେ ୭୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ତେବେ ଆଗାମୀ ୧ ବର୍ଷ ଭିତରେ ୧୪୭ଟି ସ୍ୱାସ୍ଥ୍ୟକେନ୍ଦ୍ରକୁ ରୂପାନ୍ତରିତ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନରେ ଭିତ୍ତିଭୂମିର ବିକାଶ ପାଇଁ ୩ ହଜାର ୩ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏଥିମଧ୍ୟରେ ଏସସିବିର ପୁନଃବିକାଶ ପାଇଁ ୧ ହଜାର ୪ ଶହ କୋଟି ଟଙ୍କା ରହିଛି । ୧୦୮ ଆମ୍ବୁଲାନ୍ସ ସେବା ପାଇଁ ଏଥର ବଜେଟରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । କେମୋଥେରାପି, ଅଙ୍କୋ ସର୍ଜରୀ, ରେଡିଓଥେରାପି ଓ ପୀଡା ଉପଶମକାରୀ କର୍କଟରୋଗର ଚିକିତ୍ସା ପାଇଁ ୩ଟି ପର୍ଯ୍ୟାୟରେ ୧୧ଟି କେନ୍ଦ୍ର ପ୍ରତିଷ୍ଠା ହେବ । ଏଥିପାଇଁ ୧ ହଜାର ୪୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

ସେହିପରି କର୍କଟ ଚିକିତ୍ସା କେନ୍ଦ୍ର ପାଇଁ ୨୧୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ସେହିପରି ପିଏମ୍-ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟସେବାର ଭିତ୍ତିଭୂମି ମିଶନ ପାଇଁ ୩ ଶହ ୩୮ କୋଟି ଟଙ୍କା ଖର୍ଚ୍ଚ ହେବ । ଅନ୍ୟପଟେ ଏଥର ରାଜ୍ୟ ବଜେଟ୍ ଉପସ୍ଥାପନ ବେଳେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କିପରି ଲୋକମାନଙ୍କ ପାଇଁ ବରଦାନ ସାଜିଛି ସେ ନେଇ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ ।

ସେପଟେ ୬ଟି ନୂଆ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ, ୬୦ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଗୃହ, ୪୭ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ନିର୍ମାଣ ହେବ। ଏହା ସହ କର୍ମଚାରୀଙ୍କ ବାସଗୃହ ଓ ୪୦ଟି ଉପ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ୫ଟି ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଉନ୍ନତିକରଣ କରାଯିବ । ବରଗଡ଼, ଝାରସୁଗୁଡ଼ା, ମାଲକାନାଗିରି, ମୟୂରଭଞ୍ଜ, ନୟାଗଡ଼ ଓ ସୁନ୍ଦରଗଡ଼ ଆଦି ୯ଟି ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟରେ ଅତିରିକ୍ତ ସୁବିଧା ସୃଷ୍ଟି କରାଯିବ ସେହିପରି କେନ୍ଦ୍ରପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ, ନବରଙ୍ଗପୁରର ଉମରକୋଟ୍‌‌, ମାଲକାନଗିରିର ଚିତ୍ରକୋଣ୍ଡା ଓ ମାଥିଲି, ନୂଆପଡ଼ାର ଖରିଆର ଏବଂ ଗଞ୍ଜାମର ଆସିକାରେ ନୂଆ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ନିର୍ମାଣ କରାଯିବାକୁ ନିଷ୍ପତ୍ତି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+