ଏ ବଜେଟ୍ ହେଉଛି ଲୋକଙ୍କ ବଜେଟ୍: ମୁଖ୍ୟମନ୍ତ୍ରୀ
ବଜେଟ୍ ଉପସ୍ଥାପନା ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନବୀନ କହିଛନ୍ତି, ଏ ବଜେଟ୍ ହେଉଛି ଲୋକଙ୍କ ବଜେଟ୍ ।

ଭୁବନେଶ୍ୱର: ଆଜି ବିଧାନସଭାରେ ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏଥର ବଜେଟର ମୋଟ୍ ୨ ଲକ୍ଷ ୩୦ ହଜାର କୋଟି ବ୍ୟୟ ଅଟକଳ ହୋଇଛି । ତେବେ ବଜେଟ୍ ଉପସ୍ଥାପନା ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନବୀନ କହିଛନ୍ତି, ଏ ବଜେଟ୍ ହେଉଛି ଲୋକଙ୍କ ବଜେଟ୍ । ଚଳିତ ବର୍ଷର ବଜେଟ୍ ଲୋକଙ୍କ ବଜେଟ୍, ଲୋକଙ୍କ ଦ୍ୱାରା ବଜେଟ୍ ଏବଂ ଲୋକଙ୍କ ପାଇଁ ବଜେଟ୍ ବୋଲି ନବୀନ କହିଛନ୍ତି । ଖାଲି ସେତିକି ନୁହେଁ, ଚଳିତ ବର୍ଷର ବଜେଟ୍ ଓଡିଶାକୁ ଉଚ୍ଚସ୍ତରକୁ ନେବ ବୋଲି ମୁଖ୍ୟମନ୍ତ୍ରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ।
ସୂଚନାଥାଉ କି, ଚଳିତ ବଜେଟରେ ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ମୋଟ କାର୍ଯ୍ୟକ୍ରମ ବ୍ୟୟ ବରାଦ ୧ ଲକ୍ଷ ୨୫ ହଜାର କୋଟି ଟଙ୍କା ହେବ । ରାଜସ୍ୱ ପ୍ରାପ୍ତି ୧ ଲକ୍ଷ ୮୪ ହଜାର ୫ଶହ କୋଟି । ଋଣ ଓ ଅନ୍ୟାନ୍ୟ ବାବଦକୁ ମିଳିବ ୪୫ ହଜାର ୫ ଶହ କୋଟି । ରାଜ୍ୟର ନିଜସ୍ୱ ଟିକସ ୫୩ହଜାର କୋଟି । ଅଣ ଟିକସ ରାଜସ୍ୱ ୫୨ ହଜାର ୫୦୦ କୋଟି ଟଙ୍କା ମିଳିବ।
ଅନ୍ୟପଟେ ଚଳିତ ବଜେଟକୁ ପସନ୍ଦ କରି ନାହାଁନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ବଜେଟର ଆକାର ବଢିଛି ସତ ହେଲେ ଗତ ବଜେଟର ଏକ ଲକ୍ଷ ଟଙ୍କା ଏପର୍ଯ୍ୟନ୍ତ ଖର୍ଚ୍ଚ ହୋଇ ପାରିନି । ଏ ବଜେଟ୍ ସାଧାରଣ ଲୋକଙ୍କୁ ସୁହାଇବ ନାହିଁ । ଭୋଟ୍ ହାତେଇବା ଏ ବଜେଟର ଉଦ୍ଦେଶ୍ୟ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications