ରାଜ୍ୟ କ୍ୟାବିନେଟ୍ ବୈଠକରେ ୩ଟି ପ୍ରସ୍ତାବ ଉପରେ ମୋହର; ପ୍ରତ୍ୟାହୃତ ହୋଇପାରେ ଆଦିବାସୀଙ୍କ ଜମି ବିକ୍ରି ଅଧିନିୟମ
ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ର ଜରୁରୀ ବୈଠକର ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି । ରାଜସ୍ବ, କୃଷି ଓ ଆଇଟିରେ ମୋଟ ୩ଟି ପ୍ରସ୍ତାବରେ ମୋହର ଲାଗିଛି ।
ଆଦିବାସୀ ଉପଦେଷ୍ଟା ପରିଷଦ (TAC) ଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ଗତ ୧୪ ତାରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ( ଅନୁସୂଚିତ ଜନଜାତି ଦ୍ୱାରା) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟ ପ୍ରସ୍ତାବ ପାରିତ କରିଥିଲା । ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି ।
ସୂଚନା ଅନୁସାରେ ଆଦିବାସୀ ଜମି ବିକ୍ରି ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିବାର ୪୮ ଘଣ୍ଟା ପରେ ରୋକ୍ ଲାଗିଥିଲା । ଆଦିବାସୀ ଜମିଜମା ବିକ୍ରି ସଂଶୋଧନ ପ୍ରସ୍ତାବକୁ ଗତ ୧୪ ତାରିଖରେ କ୍ୟାବିନେଟ ମଞ୍ଜୁରୀ ମିଳିଥିଲା ।

ମାତ୍ର ଏହି ବିବାଦୀୟ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିବା ଦିନଠୁ ହିଁ ବିବାଦ ଆରମ୍ଭ ହୋଇଥିଲା । ବିରୋଧୀ ବିଜେପି ଓ କଂଗ୍ରେସ ସରକାରଙ୍କୁ ଏହି ଆଦିବାସୀ ମାରଣ ନୀତି ଲାଗି କଡା ଭାଷାରେ ସମାଲୋଚନା କରିଥିଲେ ।
ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି। ସମଗ୍ର ଦେଶରେ digital workflow systemର ଅନ୍ୟତମ ଶ୍ରେଷ୍ଠ ବ୍ୟବସ୍ଥା ଭାବରେ OSWASର ସ୍ୱତନ୍ତ୍ର ଖ୍ୟାତି ରହିଛି ।
ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃ ନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି । ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା ।












Click it and Unblock the Notifications