Get Updates
Get notified of breaking news, exclusive insights, and must-see stories!

ରାଜ୍ୟ କ୍ୟାବିନେଟ ବୈଠକ: ୧୨ ବିଭାଗର ୧୭ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିଲା ମୋହର

ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୨ ଟି ବିଭାଗର ୧୭ ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ମିଳିଛି ।

ଭୁବନେଶ୍ବର: ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୨ ଟି ବିଭାଗର ୧୭ ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ମିଳିଛି । ଏ ନେଇ ଆଜି ମନ୍ତ୍ରୀ ପ୍ରମିଳା ମଲ୍ଲିକ ବିଧାନସଭାରେ ଗୃହର ମାନ୍ୟବର ସଦସ୍ୟମାନଙ୍କୁ କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ସଂପର୍କରେ ତଥ୍ୟ ଉପସ୍ଥାପନ କରିଛନ୍ତି।

Cabinet Meeting
  • ୧. ଓଡିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି । ଏହି ନୀତି ଓଡିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଆନୁସଙ୍ଗିକ ଶିଳ୍ପ ପ୍ରତିଷ୍ଠାରେ ସହାୟକ ହେବ । ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ନିମନ୍ତେ ପ୍ରୋତ୍ସାହନର ବ୍ୟବସ୍ଥା ରଖାଯାଇଛି ।
  • ୨. ଓଡିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା (ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଏହି ସେବାର ମୂଳ ପଦବୀ ଆସିଷ୍ଟାଣ୍ଟ ଡାଇରେକ୍ଟର ଚୟନ ଲାଗି ଲିଖିତ ଓ ସାକ୍ଷାତକାର ପରୀକ୍ଷା ଲୋକସେବା ଆୟୋଗ ଦ୍ବାରା କରାଯିବ ।
  • ୩. ଓଡିଆ ଚଳଚ୍ଚିତ୍ର 'ଦମନ'କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି ।
  • ୪. ନୂତନ ପର୍ଯ୍ୟଟନ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପୋତ୍ସାହିତ କରାଯିବା ସହିତ Health, Wellness ଓ ମେଡିକାଲ ଟୁରିଜିମ୍‌କୁ ପର୍ଯ୍ୟଟନ ଉଦ୍ୟୋଗ ଭାବେ ଅନୁମୋଦନ ଦେବା ପାଇଁ ବ୍ୟବସ୍ଥା ରହିଛି ।
  • ୫. ବିଭିନ୍ନ ପଦବୀରେ ଭର୍ତ୍ତି ନିମନ୍ତେ ଥିବା ଶାରୀରିକ ମାନକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପ୍ରକ୍ରିୟାର ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ରାଜ୍ୟ ସରକାରଙ୍କ ଅଧୀନରେ ଥିବା 'ଖ' ଓ 'ଗ' ବର୍ଗ ଅନ୍ତର୍ଗତ ବିଭିନ୍ନ ପଦବୀର ନିଯୁକ୍ତି ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ଏହାର ଲକ୍ଷ୍ୟ।
  • ୬. ଜୁନିଅର ଷ୍ଟେନୋଗ୍ରାଫର, ଜୁନିଅର ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର ଓ ଜୁନିଅର କ୍ଳର୍କ-କମ୍‌-ଟାଇପିଷ୍ଟ ପଦବୀ ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ଏହାଦ୍ବାରା ଏହି ପରୀକ୍ଷା ଗୁଡିକ ସୁବ୍ୟବସ୍ଥିତ ହେବା ସହିତ ପରୀକ୍ଷାର୍ଥୀ ଓ ରାଜ୍ୟ ସରକାରଙ୍କ ବ୍ୟୟ ଭାର ହ୍ରାସ ପାଇବ।
  • ୭. ଅମଳ ପରବର୍ତ୍ତୀ କ୍ଷତି ଏବଂ ଉଦ୍ୟାନ କୃଷି ଉତ୍ପାଦର ବ୍ରାଣ୍ଡିଂ, ପ୍ୟାକେଜିଂ ଓ ମାର୍କେଟିଂ କ୍ଷେତ୍ରକୁ ସହାୟତା ଯୋଗାଇବା ସହ କୃଷକ ମାନଙ୍କୁ ଆର୍ଥିକ ସହାୟତା ଦେବା ଉଦ୍ଦେଶ୍ୟରେ ଅମଳ ପରବର୍ତ୍ତୀ ପରିଚାଳନା ଏବଂ ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ବିପଣନରେ ସହାୟତା ଯୋଜନାଟି କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ଗ୍ରାମାଞ୍ଚଳରେ ଚାଷୀଙ୍କ ରୋଜଗାର ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ଉଦ୍ୟାନ କୃଷିର ଦ୍ରୁତ ଆଧୁନିକୀକରଣରେ ସହାୟକ ହେବ ।
  • ୮. ଓଡିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡିଶା ଲଜିଷ୍ଟିକ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ବାଣିଜ୍ୟ ଓ ବାଣିଜ୍ୟ ପାଇଁ ଉପଯୁକ୍ତ ଗନ୍ତବ୍ୟସ୍ଥଳ ଭାବରେ ରାଜ୍ୟର ସ୍ଥିତିକୁ ସୁଦୃଢ କରିବ ଏବଂ ଯୋଗାଣ ଶୃଙ୍ଖଳକୁ ମଧ୍ୟ ମଜବୁତ କରିବ। ଏଥିରେ ସବୁଜ ଇନ୍ଧନର ବ୍ୟବହାରକୁ ମଧ୍ୟ ଉତ୍ସାହିତ କରାଯାଇଛି ।
  • ୯. ଓଡିଶା ବେସାମରିକ ବିମାନ ଚଳାଚଳ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ଆଞ୍ଚଳିକ, ଘରୋଇ ତଥା ଆନ୍ତର୍ଜାତିକ ବିମାନ ସଂଯୋଗକୁ ସୁଦୃଢ କରିବା ସହ ରାଜ୍ୟରେ ଉତ୍ତମ ବ୍ୟବସାୟିକ ଓ ନିଯୁକ୍ତି ପରିବେଶ ସୃଷ୍ଟି କରିବ।
  • ୧୦. ରାଜ୍ୟ କ୍ୟାବିନେଟ ଏକ ନୂତନ Registered Vehicle Scrapping Facility Policy-୨୦୨୨କୁ ଅନୁମୋଦନ କରିଛି । ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍‌ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ। ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡି କିଣିବା ପାଇଁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି ।
  • ୧୧. ଓଡିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଜରିଆରେ ୨୦୩୦ ସୁଦ୍ଧା ରାଜ୍ୟରେ ବିଭିନ୍ନ ଉତ୍ସରୁ ପ୍ରାୟ ୧୧ ହଜାର ମେଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି ।
  • ୧୨. ଶିଳ୍ପ ନୀତି-୨୦୨୨କୁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି। ରାଜ୍ୟରେ ବଡ ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବା ଉପରେ ଏଥିରେ ଗୁରୁତ୍ବ ଆରୋପ କରାଯାଇଛି । ଏହି ନୀତି ଅନୁଯାୟୀ ଶିଳ୍ପ ଗୁଡିକୁ Thrust Sector, Priority Sector ଭାବରେ ବର୍ଗୀକୃତ କରାଯାଇଛି । ଏହି ନୂଆ ନୀତି ଅନୁଯାୟୀ ଏହି ଦୁଇ କ୍ଷେତ୍ରରେ ପ୍ରତିଷ୍ଠିତ ଶିଳ୍ପ ପାଇଁ ସର୍ବୋତ୍ତମ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି ।
  • ୧୩. ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଅନୁଯାୟୀ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡିତ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡିକୁ ଆବଶ୍ୟକ ଭିତ୍ତିଭୂମି ସହାୟତା ଓ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବା ଏହି ନୀତିର ଲକ୍ଷ୍ୟ ।
  • ୧୪. ଓଡିଶା ରପ୍ତାନୀ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହି ନୀତି ଅନୁଯାୟୀ ରପ୍ତାନୀ ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା ଏବଂ ୨୦୨୬-୨୭ ସୁଦ୍ଧା ୩.୫ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ରଖାଯାଇଛି।
  • ୧୫. ଓଡିଶା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆସିଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣ ସଂକ୍ରାନ୍ତୀୟ ଦୁଇଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ୍‌ର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି । ସେହିପରି ଦ୍ବିତୀୟ ପ୍ରସ୍ତାବରେ ସୋନପୁର ଜିଲ୍ଲାର ତରଭା, ଉଲୁଣ୍ଡା, ସୋନପୁର ଓ ବୀରମହାରାଜପୁର ବ୍ଲକ୍‌ର ୬୪ଟି ଗ୍ରାମ ପଞ୍ଚାୟତର ୬୨୫ଟି ଗାଁରେ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ୫୫୩ କୋଟି ୮୫ ଲକ୍ଷ ୮୨ ହଜାର ୭୦୦ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି।
  • ୧୬. ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂଅର୍ଜନ ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ବଚ୍ଛତା ଆଇନ-୨୦୧୩ର ଧାରା-୨ର ଉପଧାରା-୨, ଧାରା-୧୪, ୧୯, ୨୪, ୨୫, ୪୬ ଓ ୮୭ର ସଂଶୋଧନକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ଏହାସହିତ ଉକ୍ତ ଆଇନରେ ଏକ ନୂତନ ଅଧ୍ୟାୟ ୩-ଏ, ନୂତନ ଧାରା ୧୦-ଏ ଓ ୩୩-ଏ କୁ ଅନ୍ତର୍ଭୁକ୍ତ କରିବାପାଇଁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି । ଏହାଦ୍ବାରା ରାଜ୍ୟର ସାମାଜିକ, ଅର୍ଥନୈତିକ ଅଭିବୃଦ୍ଧି, ଦ୍ରୁତ ଶିଳ୍ପାୟନ ତଥା ଅଧିକରୁ ଅଧିକ ନିବେଶକ ମାନଙ୍କ ପାଇଁ ପୁଞ୍ଜି ନିବେଶ କରିବାର ସୁଯୋଗ ସୃଷ୍ଟି ହୋଇପାରିବ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+