ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ: ଅତିରିକ୍ତ ବଜେଟ୍‌କୁ ଅନୁମୋଦନ ମିଳିପାରେ

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ । ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ସଂଧ୍ୟାରେ ବୈଠକ ବସିବ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟ୍‌କୁ ଅନୁମୋଦନ ମିଳିପାରେ ।

ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଆଜି ବସିବ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ଏହି ବୈଠକରେ ଅତିରିକ୍ତ ବଜେଟର ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ । ପ୍ରାୟ ୨୫ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବ ଉପସ୍ଥାପନା ହୋଇପାରେ ।

ସେପଟେ ମନ୍ତ୍ରୀ ପରିଷଦର ଅନୁମୋଦନ ପରେ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନ । ଅତିରିକ୍ତ ବଜେଟ୍ ଆଗତ ହେବ ।

ଏହା ବ୍ୟତୀତ କ୍ୟାବିନେଟ୍ ବୈଠକରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି । ପ୍ରାୟ ୧୫ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିପାରେ । ସୂଚନା ଅନୁସାରେ, ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ୍ ଆସିଥିଲା ।

cabinet_meeting

ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହା ପୂର୍ବରୁ ବସୁଥିବା ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକରେ କି ନିଷ୍ପତ୍ତି ନିଆଯିବ ତା ଉପରେ ନଜର ରହିଛି । ତେବେ ଏହି ବୈଠକର କିଛି ପ୍ରମୁଖ ବିଷୟ ଉପରେ ମୋହର ବାଜିପାରେ । ଏହା ସହ ଅନେକ ଗୁରୁତ୍ଵପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ ଏହି ବୈଠକରେ ।

ସେପ୍ଟେମ୍ବର ୨୨ ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ । ସେଥିପାଇଁ ୧୮ରେ ନାମାଙ୍କନ ଦାଖଲ ହେବ । ସେପ୍ଟେମ୍ବର ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ଆସନ୍ତା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+