ମାଟ୍ରିକ୍ ପରୀକ୍ଷା ଫଳକୁ ନେଇ ଅସନ୍ତୋଷ, ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପ୍ରତିବାଦ
ପରୀକ୍ଷା ଫଳକୁ ନେଇ ଛାତ୍ରଛାତୀମାନଙ୍କ ମଧ୍ୟରେ ଅସୋନ୍ତଷ ପ୍ରକାଶ ପାଇଛି । ସେମାନଙ୍କ ପ୍ରି-ବୋର୍ଡ ମାର୍କ ଅନୁଯାଇ ମାର୍କ ଦିଆଯାଇ ନଥିବା ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି ।
ଭୁବନେଶ୍ବର: ବାହାରି ସାରିଛି ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । କରୋନା ମହାମାରୀ ପାଇଁ ପରୀକ୍ଷା ବାତିଲ ହୋଇଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଫଳ ପ୍ରକାଶ କରାଯାଇଛି । ତେବେ ପରୀକ୍ଷା ଫଳକୁ ନେଇ ଛାତ୍ରଛାତୀମାନଙ୍କ ମଧ୍ୟରେ ଅସୋନ୍ତଷ ପ୍ରକାଶ ପାଇଛି । ସେମାନଙ୍କ ପ୍ରି-ବୋର୍ଡ ମାର୍କ ଅନୁଯାଇ ମାର୍କ ଦିଆଯାଇ ନଥିବା ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି ।

ଏନେଇ କଟକ କଲେଜ ଛକ ସରସ୍ୱତୀ ଶିଶୁ ମନ୍ଦିର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ଅନେକ ଛାତ୍ରଛାତ୍ରୀ ଓ ଅଭିଭାବକ ଏକାଠି ହୋଇ ପ୍ରତିବାଦ ଜଣାଇଛନ୍ତି । ସେହିପରି କଟକ ସ୍ଥିତ ବୋର୍ଡ ଅଫିସ୍ ମୁଖ୍ୟ ଫାଟକ ଆଗରେ ଛାତ୍ରଛାତ୍ରୀ ଓ ଅଭିଭାବକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । କମ ନମ୍ବର ପାଇଥିବା ଅଭିଯୋଗ କରି ସ୍କୁଲର ଛାତ୍ରଛାତ୍ରୀ ଓ ଅଭିଭାବକ ପ୍ରତିବାଦ କରିଛନ୍ତି । ପରୀକ୍ଷା ଫଳରେ ତ୍ରୁଟି ଥିବା ଅଭିଯୋଗ ହୋଇଛି । ପ୍ରତିବାଦରେ କଟକ ବୋର୍ଡ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ଅବରୋଧ କରିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ ।
ସେହିପରି ଭୁବନେଶ୍ୱରରେ ମଧ୍ୟ ମାଟ୍ରିକ୍ ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ନିଳାଦ୍ରୀ ବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ମାର୍କକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖିବାକୁ ମିଳିଛି । ସ୍କୁଲ ପରିସରରେ ଛାତ୍ରଛାତ୍ରୀମାନେ ରୁଣ୍ଡ ହୋଇ ଏହାର ପ୍ରତିବାଦ କରିବା ସହ ଏହାର ପୁର୍ନରବିଚାର କରିବା ପାଇଁ ଦାବି କରିଛନ୍ତି ।

ସେହିପରି ଭୁବନେଶ୍ୱର ସ୍ଥିତ ବ୍ରହ୍ମେଶ୍ୱର ସରକାରୀ ହାଇସ୍କୁଲରେ ବି ଅସନ୍ତୋଷ ଦେଖିବାକୁ ମିଳିଛି। ମିଳିଥିବା ମାର୍କରେ ଅସନ୍ତୋଷ ପ୍ରକାଶ କରି ଏହି ସ୍କୁଲ୍ର ଛାତ୍ରଛାତ୍ରୀମାନେ କିଛି ସମୟ ପାଇଁ ରାସ୍ତା ମଧ୍ୟ ଅବରୋଧ କରିଥିଲେ।
ଭଦ୍ରକ ପୁରୁଣା ବଜ଼ାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ମଧ୍ୟ ସେମାନଙ୍କ ରେଜଲ୍ଟକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଜି ୩୦ରୁ ଅଧିକ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସହ ଏ ବିଷୟରେ ଆଲୋଚନା କରିଛନ୍ତି। ସେମାନେ ମଧ୍ୟ ନମ୍ବର ବଢ଼ାଇବା ପାଇଁ ଦାବି କରିଛନ୍ତି। ଏହି ଛାତ୍ରଛାତ୍ରୀ ମାନଙ୍କ କହିବା କଥା ସେମାନେ ୯୦% ମାର୍କ ରଖୁଥିବା ବେଳେ ଦଶମ ପରୀକ୍ଷାରେ ସେମାନଙ୍କୁ ୭୦% ମାର୍କ କିଭଳି ମିଳିଲା।

ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ ନେଇ କଟକ ଜିଲ୍ଲା ସାଲେପୁର ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀ ବିକ୍ଷୋଭ କରିଥିବା ବେଳେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଜିଲ୍ଲାପାଳଙ୍କ ଅଫିସ ଘେରିଛନ୍ତି ସାଇ ଗୁରୁକୃପା ଆବାସିକ ବିଦ୍ୟାଳୟର ପିଲାମାନେ।
ସୂଚନାଯୋଗ୍ୟ, ମହାମାରୀ କରୋନା ଯୋଗୁଁ ଚଳିତ ଥର ମାଟ୍ରିକ୍ ପରୀକ୍ଷା ବାତିଲ କରିଥିଲେ ରାଜ୍ୟ ସରକାର। ଫଳରେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଫଳ ପ୍ରକାଶ କରାଯାଇଛି । ଏଥର ୯୭.୮% ଛାତ୍ରଛାତ୍ରୀ ପାସ୍ କରିଛନ୍ତି, ଯାହା ଏକ ରେକର୍ଡ। ଚଳିତ ବର୍ଷ ମୋଟ ୫, ୭୪, ୧୨୫ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ କରିଛନ୍ତି। ୭୭୦୩ ଛାତ୍ରଛାତ୍ରୀ ଫେଲ୍ ହୋଇଥିବା ବେଳେ ୪୪୧୨ ପିଲା ଅନୁପସ୍ଥିତ ରହିଥିଲେ। ସେହିପରି ୨୨୫୬ ପିଲାଙ୍କ ମାର୍କ ସ୍କୁଲଗୁଡ଼ିକ ଦେଇ ନାହାନ୍ତି। ୫, ୬୨, ୦୧୦ ଜଣ ପାସ୍ କରିଥିବା ବେଳେ ସେମାନଙ୍କ ମଧ୍ୟରେ ୨,୮୦,୩୫୨ ଜଣ ଛାତ୍ର ଥିବା ବେଳେ ୨,୮୧,୬୫୮ ଜଣ ଛାତ୍ରୀ ରହିଛନ୍ତି। ଚଳିତ ବର୍ଷ ଏକ୍ସରେଗୁଲାରରେ ପାସ୍ ହାର ମଧ୍ୟ ୮୮.୩୦ ପ୍ରତିଶତ ରହିଛି।
ଅନ୍ୟପଟେ ବୋର୍ଡ ସଭାପତି କହିଛନ୍ତି, ମାଟ୍ରିକ୍ ରେଜଲ୍ଟକୁ ନେଇ କୌଣସି ଛାତ୍ରଛାତ୍ରୀ ଅସନ୍ତୁଷ୍ଟ ହେଲେ ପରୀକ୍ଷା ଦେଇ ପାରିବେ। ସ୍ଥିତି ସ୍ୱାଭାବିକ ହେଲେ ସେମାନେ ପରୀକ୍ଷା ଦେବେ। ଏଥିପାଇଁ ଜୁଲାଇ ୫ରୁ ଫର୍ମ ଫିଲ୍ଅପ୍ କରାଯିବ। ଅଗଷ୍ଟ ଶେଷ ସୁଦ୍ଧା ପରୀକ୍ଷା କରିବାକୁ ଚେଷ୍ଟା କରାଯିବ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications