Get Updates
Get notified of breaking news, exclusive insights, and must-see stories!

କର୍ତ୍ତବ୍ୟ ପଥରେ ଶୋଭା ବଢାଇଲା ଓଡ଼ିଶା ପ୍ରଜ୍ଞାପନ ମେଢ଼

Republic Day 2024: କର୍ତ୍ତବ୍ୟ ପଥରେ ଶୋଭା ବଢାଇଲା ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଏଥରର ଥିମ୍ ରହିଛି ବିକଶିତ ଭାରତର ନାରୀ ସଶକ୍ତୀକରଣ । ଏଥର ଅରୁଣାଚଳ ପ୍ରଦେଶ, ହରିୟାଣା, ଛତିଶଗଡ଼, ରାଜସ୍ଥାନ, ଆନ୍ଧ୍ର, ଲଦାଖ, ମହାରାଷ୍ଟ୍ର, ଗୁଜୁରାଟ, ୟୁପି, ପ୍ରଜ୍ଞାପନ ମେଢ଼ର ଝଲକ ଦେଖିବା ପାଇଁ ମିଳିଛି ।

ନୂଆଦିଲ୍ଲୀରେ ଆୟୋଜିତ ହୋଇଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ‌ ପରେଡ୍‌ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ର ଝଲକ ଦେଖିବାକୁ ମିଳିଛି । ନାରୀ ସଶକ୍ତିକଣର ବାର୍ତ୍ତା ନେଇ କର୍ତ୍ତବ୍ୟ ପଥରେ ଓଡି଼ଶାର ପ୍ରଜ୍ଞାପନ ମେଢ । ରଘୁରାଜପୁରର କଳା ଓ ସମ୍ବଲପୁରୀ ନୃତ୍ୟରେ ଝଲସିଲା କର୍ତ୍ତବ୍ୟ ପଥ ଏବଂ ପୁରା ବିଶ୍ୱ ଦେଖିଥିଲା ଓଡ଼ିଶାର କଳା ।

Republic Day 2024

ଏଥର ବିକଶିତ ଭାରତ ପ୍ରସଙ୍ଗକୁ ନେଇ ଓଡ଼ିଶା ପକ୍ଷରୁ 4 ଟି ଡିଜାଇନ ଦିଆଯାଇଥିଲା । ଏଥିରେ ରଘୁରାଜପୁର ଗାଁର ଡିଜାଇନକୁ କେନ୍ଦ୍ର ମୋହର ମାରିଥିବାବେଳେ ଏହି ଅବସରରେ ସମ୍ବଲପୁରୀ ନୃତ୍ୟ ପରିବେଷଣ ପାଇଁ ଅନୁମତି ମିଳିଥିଲା । ଶିଳ୍ପୀଗ୍ରାମ ରଘୁରାଜପୁରରେ କିପରି ଅନାବଶ୍ୟକ ସାମଗ୍ରୀରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରି ଶିଳ୍ପୀ ପରିଚିତ ହୋଇଛନ୍ତି ଏବଂ ରଘୁରାଜପୁର କିଭଳି ବିକଶିତ, ସାରା ବିଶ୍ବରେ କଳା ପାଇଁ ଆଦୃତ ହୋଇପାରିଛି ତାହା ଦେଖିଥିଲା ସାରା ବିଶ୍ୱ ।

ବି‌ଶେଷକରି ନାରୀ ଶକ୍ତି ଏଠାରେ ଅଧିକ ସକ୍ରିୟ ରହି କିପରି ବିଭିନ୍ନ କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ମଧ୍ୟ ଏଥିରେ ସ୍ଥାନ ପାଇଛି । ବିଶିଷ୍ଟ ଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହାକୁ ପ୍ରସ୍ତୁତ କରିଥିଲେ ଶିଳ୍ପୀ କୀର୍ତ୍ତିକିଶୋର ମହାରଣା । ବିଶିଷ୍ଟ ଶିଳ୍ପୀ ଗଜେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହାକୁ ପ୍ରସ୍ତୁତ କରିବେ ଶିଳ୍ପୀ କୀର୍ତ୍ତିକିଶୋର ମହାରଣା । ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ବିଭାଗ ତତ୍ତ୍ବାବଧାନରେ ପ୍ରଜ୍ଞାପନ ମେଢ କାର୍ଯ୍ୟ ତ୍ବରାନ୍ବିତ ହୋଇଥିଲା ।

ମେଢ଼ର ସମ୍ମୁଖ ଭାଗରେ କନ୍ଦର୍ପ ହାତୀର ପ୍ରତିକୃତି ରହିବା ସହିତ ପଛଭାଗରେ ରଘୁରାଜପୁର ଗାଁରେ କିଭଳି ନାରୀଶକ୍ତି କଳା ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି ତାହା ସ୍ଥାନ ପାଇଛି । ମେଢ଼ ସହିତ ସମ୍ବଲପୁରୀ ନୃତ୍ୟ-ସଙ୍ଗୀତର ସୁନ୍ଦର ଝଲକ ମଧ୍ୟ ଦେଖିବାକୁ ମିଳିଥିଲା । ଲଗାତାର 3 ବର୍ଷ ଧରି ନିରାଶାର ସମ୍ମୁଖୀନ ହେବା ପରେ ଶେଷରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+