Get Updates
Get notified of breaking news, exclusive insights, and must-see stories!

ଆହୁରି ୪ ଦିନ କଲବଲ କରିବ ଗୁଳୁଗୁଳି !

ଭୁବନେଶ୍ବର: ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ କମ ରହିଛି । ପାଗ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ପାଇଛି । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଯୋଗୁଁ ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଅନୁଭୂତ ହେଉଛି । ଏହି କ୍ରମରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ କମ ରହିବ ।

Odisha

ଅଧିକାଂଶ ଜିଲ୍ଲାରେ ସ୍ବାଭାବିକ ତୁଳନାରେ ୪ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିଛି ପାରଦ । ୩୧ ତାରିଖ ପରେ ପୁଣି ବଦଳିବ ପାଗ । ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପ୍ରଭାବରେ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଉପକୂଳ ସହ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୮ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । କେବଳ ବୌଦ୍ଧ ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହୋଇଛି । ଗଜପତି କାଶୀନଗରରେ ସର୍ବାଧିକ ୫୭.୪ ବର୍ଷା ରେକର୍ଡ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+