ଆସନ୍ତା ୨୪ ଘଣ୍ଟାରେ ୨୦ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ୨୦ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର: ଆସନ୍ତା ୭ ଅଗଷ୍ଟ ୨୦୨୨ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସଂପ୍ରତି ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍ ଲାଇନ୍ ଦୁର୍ବଳ ଅବସ୍ଥାରେ ଥିବାବେଳେ ଲଘୁଚାପ ପରେ ପୁଣିଥରେ ସକ୍ରିୟ ହେବବୋଲି ଆଶା କରାଯାଉଛି ।

ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ୨୦ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୫ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୨୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୨୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।












Click it and Unblock the Notifications