ପୁଣି ୫ ଦିନ ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା, ବଙ୍ଗୋପସାଗରରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ
୫ ଦିନ ପ୍ରବଳ ବର୍ଷିବ । ସକ୍ରିୟ ହେବାକୁ ପାଗ ଭିଡ଼ୁଛି ମୌସୁମୀ । ବଙ୍ଗୋପସାଗର ଉପରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ଓ ଦକ୍ଷିଣ ପୂର୍ବ ଓ ସଂଲଗ୍ନବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି ।

ପ୍ରଭାବରେ ୧୩ ତାରିଖ ଯାଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୧ ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ସତର୍କତା ଦିଆଯାଇଛି । ଆଗାମୀ ୬ରୁ ୭ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟକୁ ଦଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଫଳରେ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଉପକୂଳ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହୁଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇଛି ।
ଆହୁରି ପଢ଼ନ୍ତୁ : ଟ୍ବିନସିଟିରେ ବିଜୁଳି, ଘଡଘଡି ସହ ବର୍ଷା, ବଜ୍ରପାତ ସହ ଝଡ଼ବର୍ଷା ନେଇ ଆଜି ୫ ଜିଲ୍ଲାକୁ ଅରେଞ୍ଜ












Click it and Unblock the Notifications