Odisha Weather : ରଜରେ ଭିଜିବ ଓଡ଼ିଶା; ଏହି ଜିଲ୍ଲାରେ ପ୍ରବଳ ଛେଚିବ
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବିଶେଷ କରି ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନବରଙ୍ଗପୁର ଏବଂ ନୂଆପଡା।
ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସହ ସ୍ଥଳ ବିଶେଷରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏଥିସହ ରାଜ୍ୟର କିଛି ସ୍ଥାନରେ ୧୬ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା ଆକଳନ ପାଣିପାଗ କେନ୍ଦ୍ର। ଅନ୍ୟପକ୍ଷରେ ପ୍ରବଳ ଗୁଳୁଗୁଳି ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି ଜନସାଧାରଣ। ସକାଳ ୮ଟା ପରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି।













Click it and Unblock the Notifications