ଆସନ୍ତା ୧୦ ତାରିଖରେ ମାଣ୍ଡିଆ ଦିବସ ପାଳନ କରିବ ସାର ରାଜ୍ୟ
ଆସନ୍ତା ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯିବ ।
ଭୁବନେଶ୍ୱର: ଆସନ୍ତା ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି । ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯିବ । ଏହାଦ୍ବାରା ମାଣ୍ଡିଆ ଲୋକଙ୍କ ପାଖରେ ଅଧିକ ଆଦୃତ ହୋଇପାରିବ ।

୨୦୧୭-୧୮ଆର୍ଥିକ ବର୍ଷରେ ରାଜ୍ୟ ସରକାର ମିଲେଟ୍ ମିଶନ ଆରମ୍ଭ କରିଥିଲେ । ପ୍ରଥମେ ୭ଟି ଜିଲ୍ଲାର ୩୦ ବ୍ଲକରେ ମିଲେଟ୍ ମିଶନ କାର୍ଯ୍ଯକାରୀ ହୋଇଥିଲା । ଏବେ ରାଜ୍ୟର ୧୯ଟି ଜିଲ୍ଲାର ୧୪୨ ବ୍ଲକରେ ଏହା କାର୍ଯ୍ଯକାରୀ ହେଉଛି ।
ଓଡ଼ିଶାରେ ଦିନକୁ ଦିନ ବଢୁଛି ମାଣ୍ଡିଆ ଚାହିଦା । ୨୦୧୮-୧୯ରେ ୫ ହଜାର ୭୪୦ ଜଣ ଚାଷୀ ମାଣ୍ଡିଆ ଚାଷ କରୁଥିବା ବେଳେ ୨୦୨୦-୨୧ରେ ୨୪ହଜାର ୩୨୪ ଚାଷୀ ମାଣ୍ଡିଆ ଚାଷ କରିଛନ୍ତି। ସେହିପରି ମାଣ୍ଡିଆ ଉତ୍ପାଦନ ବଢିଛି । ୨୦୧୮-୧୯ରେ ୧୮ ହଜାର କୁଇଣ୍ଟାଲ, ୨୦୧୯-୨୦ରେ ୯୪ ହଜାର କୁଇଣ୍ଟାଲ ଓ ୨୦୨୦-୨୧ ରେ ୧ଲକ୍ଷ ୯୪ ହଜାର ୪୮୦ କୁଇଣ୍ଟାଲ ମାଣ୍ଡିଆ ଉତ୍ପାଦନ ହୋଇଛି।
ସେପଟେ ମାଣ୍ଡିଆରେ ରହିଥିବା ବିଭିନ୍ନ ପୋଷଣ ଗୁଣ ସମ୍ପର୍କରେ ସୁନ୍ଦରଗଡ଼ ଜିଲ୍ଲାର ଲୋକଙ୍କୁ ସଚେତନ କରିବା ଲାଗି ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ ୧୨ଟି ପ୍ରଚାର ରଥ ଜିଲ୍ଲାର ସମସ୍ତ ୧୭ଟି ବ୍ଲକର ଗାଁ ଓ ସହର ପରିକ୍ରମା କରି 'ମାଣ୍ଡିଆ ଦିବସ' ପାଳନର ବିବିଧ ଆଭିମୁଖ୍ୟ ବିଷୟରେ ପ୍ରସାର କରିବ । ଏଥିପାଇଁ ସୁନ୍ଦରଗଡ଼ ଉପଖଣ୍ଡରେ ୪ଟି, ବଣାଇଁରେ ୩ଟି ଏବଂ ପାନପୋଷ ଉପଖଣ୍ଡରେ ୫ଟି ରଥ ଗଡୁଛି ।












Click it and Unblock the Notifications