କାଳବୈଶାଖୀ ବର୍ଷାରେ ପୁଣି ଭିଜିବ ଓଡ଼ିଶା ! ଏତିକି ବେଗରେ ବହିପାରେ ପବନ
ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଶୁକ୍ରବାର ଅପରାହ୍ନ ସୁଦ୍ଧା କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ତେଣୁ ଏହିସବୁ ଜିଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟ ୧୫ ଜିଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ରହିଛି। ଆସନ୍ତା ୭ରୁ ୧୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉଷ୍ଣ ଓ ଆର୍ଦ୍ର ଅବସ୍ଥା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବାବେଳେ ଅସ୍ତବ୍ୟସ୍ତ କରୁଛି ଗୁଳଗୁଳି । ବାୟୁମଣ୍ଡଳରେ ଅଧିକ ଆର୍ଦ୍ରତା ରହୁଥିବା କାରଣରୁ ଭୀଷଣ ଗୁଳଗୁଳି ଅନୁଭୂତ ହେଉଛି । ସେପଟେ ଗତ ତିନି ଦିନ ଭୁବନେଶ୍ୱର ସମେତ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଉଛି । ଯେଉଁଥିପାଇଁ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରୁଛନ୍ତି ଲୋକେ । ଆଜି ମଧ୍ୟ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ । ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।












Click it and Unblock the Notifications