ପୁଣି ଭିଜିବ ଓଡ଼ିଶା ; ଆସୁଛି ଆଉ ଏକ ଲଘୁଚାପ, ୧୮ ଜିଲ୍ଲାକୁ ସତର୍କ ସୂଚନା ଜାରି

ଆସୁଛି ଆଉ ଏକ ଲଘୁଚାପ । ଚଳିତ ସପ୍ତାହ ଶେଷ ଆଡକୁ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍ ।

low pressure

ସେପଟେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜିଠୁ ବଢିବ ବର୍ଷା ପରିମାଣ । ଆଜି ଘଡ଼ଘଡ଼ି ପବନ ନେଇ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ପାଣିପାଗ ବିଭାଗ ।

କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ପାଇଁ ମାଲକାନାଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+