ପୁଣି ଭିଜିବ ଓଡ଼ିଶା, ୨୨ ସୁଦ୍ଧା ଆଉ ଏକ ଲଘୁଚାପ ସମ୍ଭାବନା
ଆସନ୍ତା ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମେ' ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ୨୨ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ସମ୍ଭାବ୍ୟ ଲଘୁଚାପ ଉତ୍ତର ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ; କିନ୍ତୁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।












Click it and Unblock the Notifications