ପୁଣି ଭିଜିବ ଓଡ଼ିଶା, ଆସନ୍ତା ୨୫ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଆସନ୍ତା ୨୫ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବନା ।ମିଆଁମାର-ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇପାରେ ନୂଆ ଲଘୁଚାପ କ୍ଷେତ୍ର ।

rain

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନ ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ପବନ ହେବାର ସମ୍ଭାବନା ରହିଛି।

ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ରେ ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ରବିବାର ଏବଂ ସୋମବାର ଉପରୋକ୍ତ ଜିଲା ସହ ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି॥

ସେହିପରି ମଙ୍ଗଳବାର ଉପରୋକ୍ତ ଜିଲା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ଜିଲା ପ୍ରଶାସନକୁ ସତର୍କ ରହି ବିଜୁଳିରୁ ସୁରକ୍ଷା ପାଇଁ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା, ବିଜୁଳି ବା ଝଡ଼ ଯୋଗୁ କ୍ଷୟକ୍ଷତି ହେଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+