ଆଜି ବି ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା, ୨୦ ଜିଲ୍ଲାକୁ ସତର୍କ ସୂଚନା ଜାରି

ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର ଦେଇଯାଇଛି ।

rain
ଏହି ମୌସୁମୀ ଟର୍ଫ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଯାହାର ପ୍ରଭାବରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ। ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ଝାରସୁଗୁଡା , ସମ୍ବଲପୁର,ଦେଓଗଡ଼, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,ବରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲା । ତେବେ ଏହି ଜିଲ୍ଲାମାନଙ୍କରେ ବଜ୍ରପାତ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ସେହିପରି ୬ ତାରିଖ ଯାଏଁ ଅତିରୁ ଅତି ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+