ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ପ୍ରଧାନମନ୍ତ୍ରୀଙ୍କ ସହ କ’ଣ କଥା ହେଲେ ମୁଖ୍ୟମନ୍ତ୍ରୀ ?
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହେଲେ ନବୀନ । ବାହାନଗାରେ ହୋଇଥିବା ଦୁର୍ଘଟଣାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମୋଦିଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ବିପଦ ସମୟରେ ଲୋକଙ୍କୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୋଦି ।
ଆହତଙ୍କ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ଯାହା ଆବଶ୍ୟକ ପଡ଼ିବ ତାହା କରାଯିବ ବୋଲି ନବୀନ କହିଛନ୍ତି । ସେ କହିଛନ୍ତି, ଓଡିଶାର ବିଭିନ୍ନ ଡାକ୍ତରଖାନାରେ ଆହତ ଯାତ୍ରୀଙ୍କ ଜୀବନ ରକ୍ଷା ପାଇଁ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ନିଆଯାଉଛି । ଡାକ୍ତର, ଡାକ୍ତରୀ ଛାତ୍ରମାନେ ସେମାନଙ୍କ ଜୀବନ ରକ୍ଷା କରିବାକୁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି । ଡାକ୍ତର, ଛାତ୍ର ଏବଂ ସାଧାରଣ ଲୋକ ଆହତ ବ୍ୟକ୍ତିଙ୍କ ପାଇଁ ରକ୍ତଦାନ କରିବାକୁ ଆଗେଇ ଆସୁଛନ୍ତି ।

ଆମେ ଏକ ନୀତି ଅନୁସରଣ କରୁଛୁ। ଯେଉଁଥିରେ 'ପ୍ରତ୍ୟେକ ଜୀବନ ମୂଲ୍ୟବାନ ଅଟେ'। ଉଦ୍ଧାର କାର୍ଯ୍ୟ ଠାରୁ ଆରମ୍ଭ କରି ଆହତମାନଙ୍କୁ ଡାକ୍ତରଖାନାକୁ ନେବା, ଚିକିତ୍ସା ପାଇଁ ବ୍ୟବସ୍ଥା କରିବା ଓ ସେମାନଙ୍କ ଜୀବନ ରକ୍ଷା କରିବା ପାଇଁ ସମସ୍ତ ପ୍ରକାର ପ୍ରୟାସ କରାଯାଇଛି ବୋଲି ନବୀନ କହିଛନ୍ତି ।
ନବୀନ ଆହୁରି କହିଛନ୍ତି, ଦୁର୍ଘଟଣାରେ ଆହତ ହୋଇଥିବା ୧୧୭୫ଜଣଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୭୯୩ ଜଣଙ୍କୁ ଡିସଚାର୍ଜ କରାଯାଇଛି। ବର୍ତ୍ତମାନ ୩୮୨ଜଣ ଆହତଙ୍କୁ ବିଭିନ୍ନ ମେଡିକାଲରେ ଚିକିତ୍ସା କରାଯାଉଛି । ଅଧିକାଂଶ ଲୋକଙ୍କ ଅବସ୍ଥା ସ୍ଥିର ରହିଛି।
ସୂଚନା ମୁତାବକ, ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ପରେ ଶହ ଶହ ମୃତ ଦେହ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳୁ ସକାଳୁ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲକୁ ୧୬୦ ମୃତଦେହ ଅଣାଯାଇଛି । ବାଲେଶ୍ୱର, କଟକ, ଭୁବନେଶ୍ୱରର ଅନେକ ମେଡିକାଲରେ ମୃତ ଦେହକୁ ରଖାଯାଇଥିବାରୁ ମୃତ ଦେହକୁ ଚିହ୍ନଟ ପାଇଁ ସମସ୍ୟା ସୃଷ୍ଟି ହେଉଛି । ସମ୍ପର୍କୀୟମାନେ ତାଙ୍କ ଲୋକଙ୍କୁ ଖୋଜି ପାଉନାହାନ୍ତି । ଯାହାକୁ ଦୃଷ୍ଟିରେ ରଖି ବଡ ପଦକ୍ଷେପ ନେଇଛି ବିଏମସି ।












Click it and Unblock the Notifications