ବାହନଗା ଟ୍ରେନ ଟ୍ରାଜେଡ଼ି: ଆସିଲା ସଠିକ୍ ତଥ୍ୟ; ‘ମୃତ୍ୟୁ ସଂଖ୍ୟା ୨୮୮ ନୁହେଁ, ୨୭୫’
ଭୁବନେଶ୍ୱର: ବାହନଗା ଟ୍ରେନ ଟ୍ରାଜେଡ଼ିରେ ସାମ୍ନାକୁ ଆସିଲା ମୃତ୍ୟୁ ସଂଖ୍ୟା ନେଇ ସଠିକ୍ ତଥ୍ୟ । ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ ନୁହେଁ, ୨୭୫ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ।
ସେ କହିଛନ୍ତି ଯେ, ଦୁର୍ଘଟଣାର ସଠିକ୍ ମୃତ୍ୟୁ ସଂଖ୍ୟା ୨୭୫ । ଗଣତିରେ ବିଭିନ୍ନ ତ୍ରୁଟି ଯୋଗୁଁ ମୃତ୍ୟୁ ସଂଖ୍ୟା ସଠିକ୍ ନଥିଲା । ବାରମ୍ବାର ଯାଞ୍ଚ ପରେ ସଠିକ୍ ସଂଖ୍ୟା ନିର୍ଦ୍ଧାରଣ କରାଯାଇଛି । ୨୭୫ ମୃତଦେହରୁ ୮୮ଟି ଚିହ୍ନଟ, ୧୮୭ଟି ଚିହ୍ନଟ ହୋଇ ପାରିନି । ଚିହ୍ନଟ ୮୮ ମୃତଦେହରୁ ୭୮ଟି ମୃତଦେହ ହସ୍ତାନ୍ତର କରାଯାଇଛି । ଆଉ ୧୦ଟି ମୃତଦେହ ହସ୍ତାନ୍ତର ପ୍ରକ୍ରିୟା ଜାରି ରହିଛି । ୧୮୭ ମୃତଦେହରୁ ୧୭୦ ମୃତଦେହ ଭୁବନେଶ୍ୱର ଆସିଛି । ବାକି ୧୭ଟି ମୃତଦେହ ଅଣାଯିବାର ବ୍ୟବସ୍ଥା ମଧ୍ୟ ଚାଲିଛି ।

ଗତକାଲିର ରିପୋର୍ଟ ଅନୁଯାୟୀ ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଥିବାର କୁହାଯାଉଥିଲା । ତେବେ ଏହାକୁ ସଂଶାଧନ କରି ମୃତ୍ୟୁ ସଂଖ୍ୟା ୨୭୫ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ୮୦୦ରୁ ଅଧିକ ଆହତ ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।
ସେପଟେ ବାହାନଗା ରେଳ ଦୁର୍ଘଟଣାର କାରଣ ସ୍ପଷ୍ଟ କରିଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଇଣ୍ଟରଲକିଂ ସିଷ୍ଟମରେ ସମସ୍ୟା ପାଇଁ ଘଟିଛି ଦୁର୍ଘଟଣା । ଇଲେକଟ୍ରୋନିକ୍ ଇଣ୍ଟରଲକିଂ ପାଇଁ ଦୁର୍ଘଟଣା ହୋଇଛି । ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତି ବି ଚିହ୍ନଟ ହୋଇଛନ୍ତି ବୋଲି କହିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
#WATCH | The death toll is 275 & not 288. The data was checked by DM and it was found that some bodies have been counted twice, so the death toll has been revised to 275. Out of 275, 88 bodies have been identified: Odisha Chief Secy Pradeep Jena, on #OdishaTrainAccident pic.twitter.com/fuPSSmNxag
— ANI (@ANI) June 4, 2023
ରେଳ ମନ୍ତ୍ରୀ କହିଛନ୍ତି, ଏହି ଦୁର୍ଘଟଣାର ତଦନ୍ତ ଶେଷ ହୋଇଯାଇଛି। ରେଳ ସେଫ୍ଟି କମିଶନର ତଦନ୍ତ କରିଛନ୍ତି । ଏବେ କିଛି କହିବା ଠିକ ହେବ ନାହିଁ। ଆମେ ସମସ୍ତେ ତଦନ୍ତ ରିପୋର୍ଟକୁ ଅପେକ୍ଷା କରିବା । ତେବେ ଦୁର୍ଘଟଣାର କାରଣ ଜଣାପଡ଼ିଛି। ଆଉ ଏଥିପାଇଁ କେଉଁମାନେ ଦାୟୀ ସେମାନଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି । କବଚ ର ଏହି ଦୁର୍ଘଟଣା ସହିତ କିଛି ସଂପର୍କ ନାହିଁ। ଏହି ଘଟଣା ପୂରା ଅଲଗା। ଏଥିରେ ପଏଣ୍ଟ ମେସିନର କଥା ଆସିଛି। ଇଲେକ୍ଟ୍ରୋନିକ ଇଣ୍ଟରଲକିଂର କଥା ଆସିଛି । ଇଲେକ୍ଟ୍ରୋନିକ ଇଣ୍ଟରଲକିଂରେ ପରିବର୍ତ୍ତନ ଯୋଗୁ ଏହି ଦୁର୍ଘଟଣା ଘଟିଛି । ଯେଉଁମାନେ ଏଥିପାଇଁ ଦାୟୀ ତାହା ତଦନ୍ତ ରିପୋର୍ଟ ଆସିବା ପରେ ଜଣାପଡ଼ିବ ।
କେନ୍ଦ୍ର ରେଳମନ୍ତ୍ରୀ ଆହୁରି କହିଛନ୍ତି, 'ଆଜି ସୁଦ୍ଧା ଟ୍ରାକ୍ ପ୍ରସ୍ତୁତ ହୋଇଯିବ । ବିଦ୍ୟୁତୀକରଣ କାମ ଜୋରସୋରରେ ଚାଲିଛି। ବୁଧବାର ସୁଦ୍ଧା ଟ୍ରେନ୍ ଚଳାଚଳ ସ୍ୱାଭାବିକ କରାଯିବ।'












Click it and Unblock the Notifications