ବାହାନଗା ଟ୍ରାଜେଡି; ୩ ଅଭିଯୁକ୍ତଙ୍କ ପାଇଁ ୫ ଦିନିଆ ରିମାଣ୍ଡ ଅନୁମତି
ଭୁବନେଶ୍ୱର: ୩ ଅଭିଯୁକ୍ତଙ୍କ ପାଇଁ ୫ ଦିନିଆ ରିମାଣ୍ଡ ଅନୁମତି । ଶୁଣାଣି କରି ରିମାଣ୍ଡ ଅନୁମତି ଦେଲେ ସ୍ୱତନ୍ତ୍ର ସିବିଆଇ କୋର୍ଟ । ଅଭିଯୁକ୍ତଙ୍କୁ ପ୍ରଥମେ ଗିରଫ କରି ମେଡିକାଲ ଚେକ୍ ଅପ୍ କରାଯାଇଥିଲା । କଡ଼ା ସୁରକ୍ଷାରେ ଭୁବନେଶ୍ୱର ସିବିଆଇ ଅଫିସରୁ ୩ ଅଭିଯୁକ୍ତଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା ।
ଗିରଫ ହୋଇଥିବା ତିନି ଅଭିଯୁକ୍ତ ହେଲେ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଞ୍ଜିନିୟର ଅମିର ଖାଁ, ଟେକନିସିଆନ ପପୁ କୁମାର । ସିଆରପିସିର ଧାରା ୩୦୪ ଅର୍ଥାତ ହତ୍ୟାକାଣ୍ଡ ପାଇଁ ଦାୟୀ ଓ ଧାରା ୨୦୧ ଅର୍ଥାତ ଅପରାଧିକ ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି ସିବିଆଇ।

ତଦନ୍ତକାରୀ ସଂସ୍ଥାର ତଦନ୍ତରୁ ମିଳିଥିବା ସୂଚନା ଅନୁଯାୟୀ ଏହି ୩ ଅଭିଯୁକ୍ତଙ୍କ ତ୍ରୁଟି ପାଇଁ ହିଁ ଦୁର୍ଘଟଣା ହୋଇଛି। CRS ମଧ୍ୟ ତଦନ୍ତ ରିପୋର୍ଟରେ ମନୁଷ୍ୟକୃତ ତ୍ରୁଟି ଦର୍ଶାଇଥିଲେ । ଉଦ୍ଦେଶ୍ୟମୂଳକ ପ୍ରମାଣିତ ହେଲେ ଏହି ୩ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହେବ।
ସୂଚନାଥାଉ କି, ଗତ ଜୁନ୍ ମାସ ୨ ତାରିଖରେ ବାଲେଶ୍ୱର ବାହାନଗାରେ ଏହି ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଥିଲା । କରମଣ୍ଡଳ ଏକ୍ସପ୍ରେସ୍ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା । ଠିକ୍ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍ । ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ । ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ












Click it and Unblock the Notifications