ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଆରମ୍ଭ: ସଚୋଟ୍ଟତା ନେଇ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଆଜିଠୁ ଆରମ୍ଭ ହୋଇଛି ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ ବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ଏହା ସମଗ୍ର ଦେଶ ସମେତ ରାଜ୍ୟରେ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଜାତୀୟ ଭିଜିଲାନ୍ସ ସଚେତନତା ସପ୍ତାହ ବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ଏହା ସମଗ୍ର ଦେଶ ସମେତ ରାଜ୍ୟରେ ଆସନ୍ତା ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥର ଥିମ୍‌ ରହିଛି ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ। ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚ୍ଚୋଟତା ନେଇ ଶପଥ ପାଠ କରାଇଛନ୍ତି।

Vigilance

ସୋମବାର ଦିନ ୧୧ ଟାରୁ ଏହି କାର୍ଯ୍ୟକ୍ରମ ଲୋକସେବା ଭବନର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଫିସ୍‌‌ରମାନଙ୍କୁ ଶପଥ ପାଠ କରାଇଛନ୍ତି। ଲାଇଭ ଟେଲିକାଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକ୍ରମକୁ ପରିଚାଳନ କରାଯାଇଥିଲା। ଏଥିସହ ଏହି କାର୍ଯ୍ୟକ୍ରମରେ ୭୦ ଲକ୍ଷ ସ୍ୱୟଂ ସ୍ୱହାୟକ ମହିଳା ଗ୍ରୁପର ସଦସ୍ୟ ମଧ୍ୟ ଯୋଡ଼ି ହୋଇଥିଲେ। ସେହିଭଳି ଇଲେକ୍ଟ୍ରୋନିକ୍ସ , ଆଇଟି ବିଭାଗ ଏବଂ ଓଡ଼ିଶାର ସମସ୍ତ ଜିଲାର ଜିଲ୍ଲାପାଳ ଓ ବ୍ଲକ ଅଫିସରମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ସଚୋଟ୍ଟତା ନେଇ ଶପଥ ପାଠ କରିଛନ୍ତି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ଜିଲ୍ଲା ଓ ବ୍ଲକ ସ୍ତରରେ ସଚେତନତା ସଭା ସାଙ୍ଗକୁ ବକ୍ତୃତା ଓ ସାଧାରଣ ଜ୍ଞାନ ଆଦି ପ୍ରତିଯୋଗିତାର ଆୟୋଜନ କରାଯାଉଛି।

ତେବେ ଏହି କାର୍ଯ୍ୟକ୍ରମରେ ସର୍ବୋତ୍ତମ ଭିଜିଲାନ୍ସ ଡିଭିଜନ୍‌‌, ଭିଜିଲାନ୍ସ ୟୁନିଟ୍‌‌, ଅନୁସନ୍ଧାନକାରୀ ଅଧିକାରୀ, ମହିଳା ଅନୁସନ୍ଧାନ ଅଧିକାରୀ ଏବଂ ସରକାରୀ ଓକିଲଙ୍କୁ ପୁରସ୍କୃତ କରାଯାଇଛି। ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ ଅବସରରେ ଜିଲ୍ଲା ଏବଂ ବ୍ଲକ ସ୍ତରରେ ସାଧାରଣ ସଭାର ଆୟୋଜନ କରାଯିବ। ଏଥିରେ ଛାତ୍ର, ଯୁବକ, ଶିକ୍ଷାବିତ,ସେବା ଏବଂ ଅବସରପ୍ରାପ୍ତ ସରକାରୀ ଅଧିକାରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ଏନଜିଓ ଏବଂ ନାଗରିକ ସମାଜର ସଦସ୍ୟମାନଙ୍କୁ ଦୁର୍ନିୀତି ବିରୋଧରେ ସଚେତନା କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+